16th Recruitment Fair ୧୬ତମ ନିଯୁକ୍ତି ମେଳା: ୯ଟି ବିଭାଗରେ ନିଯୁକ୍ତି ପାଇଲେ ୧୩୨୬

1 hour ago 3
ARTICLE AD BOX

ଭୁବନେଶ୍ୱର : ଭୁବନେଶ୍ୱର ରେଳ ଅଡିଟୋରିଅମ ଠାରେ ଆୟୋଜିତ ନିଯୁକ୍ତିମେଳା କାର୍ଯ୍ୟକ୍ରମରେ ଆଜି (ସୋମବାର) ୯ଟି ବିଭାଗରେ ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି।

Nijukti Mela1

ଏଥିରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗରେ ୩୬୪ ଜଣ କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ୩୬୧ ଜଣ କନିଷ୍ଠ ଯନ୍ତ୍ରୀ, ଶକ୍ତି ବିଭାଗ ଓ ଓଏଚ୍‌ପିସିରେ ୧୨ ଜଣ କନିଷ୍ଠ ଯନ୍ତ୍ରୀ ଓ ୨୨୮ ଟ୍ରେନି, କୃଷି ଓ କୃଷକ ସଶକ୍ତୀକରଣ ବିଭାଗରେ ୧୧୮ ଜଣ ସହକାରୀ କୃଷି ଅଧିକାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୧୧ ଜଣ ସହକାରୀ ପ୍ରାଧ୍ୟାପକ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିଭାଗରେ ୧୫ ଜଣ କନିଷ୍ଠ ଯନ୍ତ୍ରୀ ଓ ୭୧ ଜଣ ପ୍ରାଣିଧନ ନିରୀକ୍ଷକ, କ୍ରୀଡ଼ା ବିଭାଗରେ ୨୬ ଜଣ କନିଷ୍ଠ ପ୍ରଶିକ୍ଷକ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୧୦ ଜଣ ପ୍ରଶିକ୍ଷକ ଏବଂ ଅବକାରୀ ବିଭାଗରେ ୧୦ ଜଣ ଉପ-ନିରୀକ୍ଷକଙ୍କୁ ନିଯୁକ୍ତି ମିଳିଛି। 

Investment of Rs 43,437 crores: ଏଥର ଆସିବ ୪୩,୪୩୭ କୋଟି ନିବେଶ: ୨୭ ଏମ୍‌ଓୟୁ, ୧୨ ଆଇଆଇଏଫ୍‌, ୪୩,୩୧୬ ନିଯୁକ୍ତି ସୃଷ୍ଟି ଆଶା
ନବନିଯୁକ୍ତଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସରକାରୀ ଚାକିରିର ମୂଳ ଲକ୍ଷ୍ୟ ହେଉଛି ଜନସେବା । ଲୋକଙ୍କ ସମସ୍ୟା ଓ ଅଭିଯୋଗର ସମୟବଦ୍ଧ ସମାଧାନ କରିବା ଆପଣମାନଙ୍କର ନୈତିକ କର୍ତ୍ତବ୍ୟ। କୌଣସି ଲୋକ ଯେତେବେଳେ କିଛି ସମସ୍ୟା ନେଇ ଆପଣଙ୍କ ପାଖକୁ ଆସିବେ, ସେତେବେଳେ ପ୍ରଶାସନର ଅଂଶ ଭାବେ ସମ୍ମାନ ଦେଇ ସେମାନଙ୍କ ସମସ୍ୟା ଶୁଣିବା ଏବଂ ତୁରନ୍ତ ପଦକ୍ଷେପ ନେବା ହିଁ ପ୍ରକୃତ ଜନସେବା। ଆମର ଲକ୍ଷ୍ୟ ହେଉଛି ସମାଜର ଶେଷ ଧାଡିରେ ଥିବା ଲୋକ ପାଖରେ ସମସ୍ତ ସରକାରୀ ସୁବିଧା ପହଞ୍ଚାଇବା। ଏହାକୁ ମନରେ ରଖି କାମ କରିବା ଉଚିତ। ୨୦୨୪ ଜୁନ୍ ମାସରୁ ଆଜି ସୁଦ୍ଧା ସରକାରୀ ସ୍ତରରେ ୪୫ ହଜାର ୪୦୮ ଜଣଙ୍କୁ ନିଯୁକ୍ତି ପ୍ରଦାନ କରାଗଲାଣି ବୋଲି ସେ କହିଥିଲେ।

Recruitment fair: ନିଯୁକ୍ତି ମେଳା ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ: ଦୁର୍ନୀତିଖୋର ସୁଧୁରିଯାଅ

ସେ ଆହୁରି କହିଥିଲେ, ଯୁବଶକ୍ତିର ସାମର୍ଥ୍ୟର ପ୍ରକୃତ ଉପଯୋଗ ପାଇଁ ଶିଳ୍ପାୟନର ଗୁରୁତ୍ୱକୁ ଦୃଷ୍ଟିରେ ରଖି ବିଗତ ଦୁଇ ବର୍ଷ ମଧ୍ୟରେ ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ପାଇଁ ଆମେ ଉଦ୍ୟମ ଜାରି ରଖିଛୁ। ଏଥିପାଇଁ ଦେଶ ଭିତରେ ଓ ଦେଶ ବାହାରକୁ ଯାଇ ଶିଳ୍ପପତି ମାନଙ୍କୁ ଭେଟି ଓଡିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଆକର୍ଷିତ କରୁଛୁ। ଫଳସ୍ୱରୂପ ଗତ ଦୁଇ ବର୍ଷ ମଧ୍ୟରେ ପ୍ରାୟ ୨୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ଆସିଛି ଏବଂ ଏଥିରୁ ୨୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। 

ଜୟପୁର ନିଯୁକ୍ତି ମେଳାରେ ୮୮୫ ପଂଜୀକରଣ: ୪୮୭ ପ୍ରାର୍ଥୀ ସଂକ୍ଷିପ୍ତ ତାଲିକାଭୁକ୍ତ
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ପଞ୍ଚାୟତିରାଜ ଓ ପାନୀୟଜଳ ତଥା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ ଓ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଅତିଥି ଭାବେ ମଞ୍ଚାସୀନ ଥିଲେ।

Nijukti Mela2

କାର୍ଯ୍ୟକ୍ରମରେ ନବନିଯୁକ୍ତଙ୍କ ମଧ୍ୟରୁ ଗୃହ ଓ ନଗର ଉନ୍ନୟନ ବିଭାଗର ତୁଷାରକାନ୍ତ ପଟ୍ଟନାୟକ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଇପ୍ସିତା ମହାନ୍ତି, OHPCର ଅକନ୍ତିକା ନିର୍ଝରିଣୀ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରତ୍ୟୁଷ ପଣ୍ଡା ଏବଂ ମତ୍ସ୍ୟ ଓ ପ୍ରାଣିସମ୍ପାଦ ବିଭାଗର ସତ୍ୟ ପ୍ରକାଶ ଜେନା ସ୍ୱଚ୍ଛତାପୂର୍ଣ୍ଣ ନିଯୁକ୍ତି ପ୍ରକ୍ରିୟା ଜରିଆରେ ଯୁବଗୋଷ୍ଠୀଙ୍କ ସ୍ୱପ୍ନକୁ ସାକାର କରୁଥିବାରୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଓ ଧନ୍ୟବାଦ ଜଣାଇ ସମସ୍ତେ ସତ୍ୟ ନିଷ୍ଠା ଓ ସେବା ମନୋବୃତ୍ତି ନେଇ କାମ କରିବେ ବୋଲି କହିଥିଲେ।

There will be ample parking in Infocity: ଇନ୍‌ଫୋସିଟିରେ ହେବ ବହୁତଳ ପାର୍କିଂ: ଜଗତପୁର ଶିଳ୍ପାଞ୍ଚଳ ପାଇଁ ଡ୍ରେନେଜ୍‌ ବ୍ୟବସ୍ଥା
ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ କାର୍ଯ୍ୟକ୍ରମରେ ସମସ୍ତଙ୍କୁ ସ୍ୱାଗତ କରିଥିଲେ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ଶାସନ ସଚିବ ଗିରୀଶ ଏସ୍.ଏନ୍ ଧନ୍ୟବାଦ ଅର୍ପଣ କରିଥିଲେ।

Read Entire Article
LEFT SIDEBAR AD

Hidden in mobile, Best for skyscrapers.