ARTICLE AD BOX
ବ୍ରଜରାଜନଗର (ଉପେନ ସାହୁ):ଝାରସୁଗୁଡ଼ାଜିଲ୍ଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ବାରଖଣ୍ଡିଆ ଫୁଟବଲ ପଡ଼ିଆ ନିକଟରେ ଆଜି ସନ୍ଧ୍ୟା ପ୍ରାୟ ୬ଟା ସମୟରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇଥିଲେ। ଫଳରେ ବାଇକରେ ଥିବା ୪ ଜଣ ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ଆମ୍ବୁଲାନ୍ସ ଡାକି ୪ ଜଣଙ୍କୁ ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି ଏବଂ ସେମାନଙ୍କର ଚିକିତ୍ସା ଚାଲିଛି। ମୃତ ଓ ଆହତଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ।
ତେବେ ସେମାନେ ସୁନ୍ଦରଗଡ଼ ଜିଲ୍ଲାର ବୋଲି ପ୍ରାଥମିକ ଭାବେ ଜଣାପଡ଼ିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଅଧିକ ତଦନ୍ତ ଆରମ୍ଭ କରିଛି।
Plane Accident: ବାହାମାସରେ ଭୟଙ୍କର ବିମାନ ଦୁର୍ଘଟଣା; ୧୦ ଜଣଙ୍କର ଦୁଃଖଦ ମୃତ୍ୟୁ

1 hour ago
1


