Assembly Begins: ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆରମ୍ଭ, ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

28 minutes ago 1
ARTICLE AD BOX

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହୋଇଛି। ବାଚସ୍ପତି ସୁରମା ପାଢ଼ୀ ବିଧାନସଭାର ଅଧିବେଶନରେ ସମସ୍ତଙ୍କୁ ସ୍ବାଗତ କରିଥିଲେ।  ବିଧାନସଭାରେ ଦିବଂଗତ ବିଧାୟକ ଓ ସହିଦ ଓ ପ୍ରାକୃତିକ ବିପର୍ଯ୍ୟୟରେ ମୃତକମାନଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ସମର୍ଥନ କରିଥିଲେ। ଆଜି ବିଧାନସଭା ଶୀତ ଅଧିବେଶନର ପ୍ରଥମ ଦିନ ଥିବା ହେତୁ ଅଧିକାଂଶ ବିଧାୟକ ଓ ମନ୍ତ୍ରୀଙ୍କୁ ଦେଖିବାକୁ ମିଳିଛି।

ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ସମୁଦାୟ ୩୩ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ପ୍ରଥମ ଦିବସରେ ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍‌ ଉପସ୍ଥାପନ ହେବ।  ନଭେମ୍ବର ୩୦ ତାରିଖରେ ବ୍ୟୟମଞ୍ଜୁରି ବିଲ୍‌ ପାରିତ ହେବ। ଅଧିବେଶନ ପାଇଁ କମିସନରେଟ୍‌ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି।

ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାରୁ ବିଭିନ୍ନ ଦାବି ନେଇ ବହୁ ସଙ୍ଗଠନ ପକ୍ଷରୁ ବିକ୍ଷୋଭ, ସମାବେଶ ଆୟୋଜନ କରାଯିବ। ଏହାକୁ ନଜରରେ ରଖି ଲୋୟର ପିଏମ୍‌ଜି ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଅଧିବେଶନ ପୂର୍ବରୁ ଆଜି ବିଧାନସଭା ପରିସର‌ରେ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବାଚସ୍ପତି ସୁରମା ପାଢ଼ୀ ଏଥିରେ ଅଧ୍ୟକ୍ଷତା କରି ଗୃହ କାର୍ଯ୍ୟ ସୁରୁଖୁରୁରେ ପରିଚାଳନା ପାଇଁ ସବୁ ଦଳର ସହଯୋଗ ଲୋଡ଼ିଥିଲେ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ଉପବାଚସ୍ପତି ଭବାନୀ ଶଙ୍କର ଭୋଇ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ, ବିଜେଡି ବିଧାୟକ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଉପମୁଖ୍ୟ ସଚେତକ ପ୍ରତାପ ଦେବ ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ଉପସ୍ଥିତ ଥିଲେ।

Landfall: ‘ଅର୍ଣ୍ଣବ’ ପରେ ବାତ୍ୟା ‘ଅକଭାନ୍’: ଏଣେ ଆସୁଛି ଓଡ଼ିଆ ଛବି ‘ଲ୍ୟାଣ୍ଡଫଲ୍’

Read Entire Article
LEFT SIDEBAR AD

Hidden in mobile, Best for skyscrapers.