Bay of Bengal: ବଙ୍ଗୋପସାଗରକୁ ଆସୁଛି ଆଉ ଏକ ଲଘୁଚାପ

4 days ago 5
ARTICLE AD BOX

ଭୁବନେଶ୍ବର: କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ମିଆଁମାର ଉପକୂଳ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୯.୪ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଣ୍ଡାମାନ ସାଗର ଓ ମିଆଁମାର ସଂଲଗ୍ନ ଇରାୱାଡି ଅଞ୍ଚଳକୁ ପ୍ରବେଶ କରିବାର ସମ୍ଭାବନା ରହିଛି। ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଏହା ମିଆଁମାର-ବାଂଲାଦେଶ ଉପକୂଳ ଦେଇ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ବାଂଲାଦେଶ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବ ଓଡ଼ିଶା ଉପରେ ନ ଥିବା ଭାରତୀୟ ପାଣିପାଗ ବିଭାଗ‌ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି।

ଉତ୍ତରା ଛକରେ ସିରିଜ ଦୁର୍ଘଟଣା: ଅଳ୍ପକେ ବର୍ତ୍ତିଲେ ୬୨ ଯାତ୍ରୀ

ଅନ୍ୟପକ୍ଷରେ ଆନ୍ଧ୍ରପ୍ରଦେଶ, ଓଡ଼ିଶା, ଛତିଶଗଡ଼ ଦେଇ ଉତ୍ତରପ୍ରଦେଶମୁହାଁ ହୋଇଥିବା ଅବପାତ ଆଜି ଆହୁରି ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ। ଅକ୍ଟୋବର ୭ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ତେଣୁ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାର ମୁଣ୍ଡୁଳିରେ ୬୯.୬ ମିମି ବର୍ଷା ହୋଇଥିବା ବେଳେ ନରାଜରେ ୬୭.୬, ବାଲେଶ୍ବରର ରେମୁଣାରେ ୬୦, ମୟୂରଭଞ୍ଜର ଚାନ୍ଦୁଆରେ ୪୪, କେନ୍ଦ୍ରାପଡ଼ାର ପଟ୍ଟାମୁଣ୍ଡାଇରେ ୪୦, ବାଲେଶ୍ବରର ଗୋବିନ୍ଦପୁରରେ ୩୯.୪, ରାଜଘାଟରେ ୩୯ ମିମି ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି।

Heavy Rainfall: ଉତ୍ତର ପ୍ରଦେଶରେ ପ୍ରବଳ ବର୍ଷା ଯୋଗୁ ୧୬ ମୃତ, ୩୨ ଜିଲ୍ଲାକୁ ବନ୍ୟା ଆଲର୍ଟ

Read Entire Article
LEFT SIDEBAR AD

Hidden in mobile, Best for skyscrapers.