Chief Minister: ସମ୍ବଲପୁରରେ ସଡ଼କ ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

1 hour ago 1
ARTICLE AD BOX

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ କଂସରରେ ଘଟିଥିବା ମର୍ମନ୍ତୁଦ ସଡ଼କଦୁର୍ଘଟଣା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସେମାନଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି। ​ଏହା ସହିତ ଦୁର୍ଘଟଣାରେ ଆହତ ହୋଇଥିବା ସମସ୍ତ ଯାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ସେମାନଙ୍କୁ ତୁରନ୍ତ ସମୁଚିତ ଚିକିତ୍ସା ସେବା ଯୋଗାଇଦେବା ପାଇଁ ଜିଲ୍ଲା ପ୍ରଶାସନ ଓ ସମ୍ବନ୍ଧିତ କର୍ତ୍ତୃପକ୍ଷଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

 ୧୨ଜଣ ଆହତ ହୋଇଥିଲେ

ସୂଚନାଯୋଗ୍ୟ, ଗତକାଲି ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ କଂସରରେ ଓଭର୍ ଟେକ୍ ବେଳେ ବସ ଏବଂ ଟ୍ରକ୍ ମଧ୍ୟରେ ଧକ୍କା ହୋଇଥିଲା। ଏହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ଜଣ ଆହତ ହୋଇଥିଲେ। ଆହତମାନଙ୍କୁ ବୁର୍ଲା ଭିମସାର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନେ ଏବେ ବି ସେଠାରେ ଚିକିତ୍ସିତ ହେଉଛନ୍ତି।

National Highway: ଲଗାଣ ବର୍ଷାରେ ଜାତୀୟ ରାଜପଥ ଧସିଲା, ଗାଡ଼ି ଧସେଇ ପାଣିରେ ଓଲଟିଲା

Read Entire Article
LEFT SIDEBAR AD

Hidden in mobile, Best for skyscrapers.