Cyclone in the Bay of Bengal: ବଙ୍ଗୋପସାଗରରେ ପୁଣି ଏକ ବାତ୍ୟା: ୧୮ରୁ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

20 minutes ago 1
ARTICLE AD BOX

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଏହା କ୍ରମଶଃ ଶକ୍ତିଶାଳୀ ହେଉଥିବାରୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବା ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ୧୬ ତାରିଖ ସନ୍ଧ୍ୟା ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଭାଗରେ ବାତ୍ୟାର ରୂପ ନେଇପାରେ। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ୧୮ ତାରିଖଠୁ ବର୍ଷା ହୋଇପାରେ। କିଛି ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ୧୭ ତାରିଖରେ ୭୫ରୁ ୮୫ କିମି ଓ ୧୮ ତାରିଖରେ ୮୫ରୁ ୯୫ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ଏପରିକି ଝଟ୍‌କା ପବନ ୧୦୫ କିମି ବେଗରେ ବହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hasina's Return: ହସିନାଙ୍କ ପ୍ରତ୍ୟାବର୍ତ୍ତନ: ବାଂଲାଦେଶ ଆଗରେ ଭାରତର ଦୁଇ ସର୍ତ୍ତ

ସେପଟେ କିଛିଦିନ ଧରି ତାପମାତ୍ରା ହ୍ରାସ ପାଇବା ସହ ଶୀତ ଅନୁଭୂତ ହେବାରେ ଲାଗିଛି। ଆଗାମୀ ୪ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଲାଗି ରହିବ।  ୪ ଦିନ ପରେ ତାପମାତ୍ର ୨ରୁ ୪ ଡିଗ୍ରି  ବଢ଼ିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି। ଭାରତୀୟ ପାଣିପାଗ ବିଭାଗ ଭୁବନେଶ୍ବର କାର୍ଯ୍ୟାଳୟ ମୁଖ୍ୟ ଡ. ମନୋରମା ମହାନ୍ତି କହିଛନ୍ତି, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ସେହି ସ୍ଥାନରେ ରହିଛି। ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ସେହି ଅଞ୍ଚଳରେ ଅବପାତରେ ପରିଣତ ହେବାର ଅଧିକ ସମ୍ଭାବନା ରହିଛି। ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ୧୬ ନଭେମ୍ବର ସଂଧ୍ୟାରୁ ୧୭ ତାରିଖ ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶ ତଥା ଏହାକୁ ଲାଗି ରହିଥିବା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଆଗାମୀ ୪ ଦିନ ପାଗ ଶୁଖିଲା ରହିବ।

Two female elephants: ଧାନକ୍ଷେତରେ ୨ ମାଈ ହାତୀଙ୍କ ମୃତ୍ୟୁ: ସୋଲାର ବିଦ୍ୟୁତ୍ ଆଘାତରେ ମୃତ୍ୟୁ ସନ୍ଦେହ

ବାତ୍ୟା ପ୍ରଭାବରେ ୧୮ ତାରିଖରେ ଉପକୂଳବର୍ତ୍ତୀ ଜିଲ୍ଲାରେ ବାଲେଶ୍ବର, ଭଦ୍ରକ, ପୁରୀ, ଖୋରଧା, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ଗଞ୍ଜାମ, ଗଜପତିରେ କିଛି କିଛି ସ୍ଥାନରେ ମଧ୍ୟମ ବର୍ଷା ହେବ। ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି କିଛି ଜିଲ୍ଲାରେ ହାଲୁକା ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି। ୧୯ ତାରିଖରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଗଜପତି, ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିପାଇଁ ‌ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନାଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଅଞ୍ଚଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କିଛି କିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର, ବେଳେ ବେଳେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ୨୦ ତାରିଖ ବେଳକୁ ବର୍ଷା ଅନ୍ୟ ଜିଲ୍ଲାକୁ ବ୍ୟାପିବ। ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ଖୋରଧା, କଟକ ଓ ଜଗତସିଂହପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। 

Read Entire Article
LEFT SIDEBAR AD

Hidden in mobile, Best for skyscrapers.