cyclone: ୧୬ରେ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା

1 hour ago 2
ARTICLE AD BOX

ଭୁବନେଶ୍ବର: ୧୬ରେ ବାତ୍ୟା ହେବାର ସମ୍ଭାବନା ରହିଛି। ଏହା ଆନ୍ଧ୍ରମୁହାଁ ହେବାର ସଙ୍କେତ ବି ମିଳିଲାଣି। ତେବେ ସେଯାହା ହେଉନା କାହିଁକି, ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏଥିଲାଗି ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି। ‌ତେଣେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ହେବ। 

ସତର୍କ ରହିବାକୁ ପରାମର୍ଶ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା କିଛି ଦିନରେ ଘୂର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି। ୧୬ ନଭେମ୍ବର ସନ୍ଧ୍ୟା ବେଳକୁ ମଧ୍ୟ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି।  ଆଜି ସକାଳ  ସାଢେ ୮ଟା ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଏହି ଲଘୁଚାପ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୧୪ ନଭେମ୍ବରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ୧୫ ନଭେମ୍ବର ସକାଳ ବେଳକୁ ଏହା ସେହି ଅଞ୍ଚଳରେ ଏକ ଗଭୀର ଅବପାତରେ ପରିଣତ ହେବ। ଏହା ପରେ ଏହି ପ୍ରଣାଳୀ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୧୬ ନଭେମ୍ବର ସନ୍ଧ୍ୟା ବେଳକୁ ମଧ୍ୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଏହି ପ୍ରଣାଳୀର ଗତିପଥ ଓ ତୀବ୍ରତା ଉପରେ ନିରନ୍ତର ନଜର ରଖୁଛି । ଆଗାମୀ ସମୟରେ ଆବଶ୍ୟକ ସୂଚନା ଜାରି କରାଯିବ।  ଉପକୂଳ ଅଞ୍ଚଳର ବାସିନ୍ଦାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Leopard Skin: ରାୟଗଡ଼ାରେ କଲରାପତରିଆ ବାଘ ଛାଲ ଡିଲ୍‌ ବେଳେ ଚଢ଼ାଉ, ୪ ଅଭିଯୁକ୍ତ ଅଟକ

Read Entire Article
LEFT SIDEBAR AD

Hidden in mobile, Best for skyscrapers.