ARTICLE AD BOX
02 Aug 2026 16:55 IST Updated 02 Aug 2026 17:07 IST
/sambad/media/media_files/2026/08/02/smt-drupadi-murmu-2026-08-02-16-54-15.jpeg)
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୦୨୬ ଅଗଷ୍ଟ ୩ ତାରିଖ ଠାରୁ ତିନିଦିନିଆ ଓଡ଼ିଶା ଗସ୍ତ କରୁଛନ୍ତି। ସେ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ।
ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଅଗଷ୍ଟ ୩ (ସୋମବାର) କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଉଦ୍ଘାଟନ କରିବେ। ସେ ଅଗଷ୍ଟ ୪ ତାରିଖରେ ଭୁବନେଶ୍ୱରରୁ ବ୍ରହ୍ମପୁର ପର୍ଯ୍ୟନ୍ତ ଟ୍ରେନ୍ରେ ଯାତ୍ରା କରିବେ। ଗଂଜାମ ଜିଲ୍ଲାର ପ୍ରସିଦ୍ଧ ତୀର୍ଥସ୍ଥଳୀ ତପ୍ତପାଣିରେ ମା’ କନ୍ଧୁଣୀ ଦେବୀ ମନ୍ଦିର ଓ ଶିବ ମନ୍ଦିର ଦର୍ଶନ କରିବେ। ସେଠାରେ ସେ ଆଳତୀ କରିବେ। ଓଡ଼ିଶା ଗସ୍ତ ଶେଷ କରି ରାଷ୍ଟ୍ରପତି ଅଗଷ୍ଟ ୫ରେ ଫେରିଯିବେ।
02 Aug 2026 16:55 IST Updated 02 Aug 2026 17:07 IST
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

58 minutes ago
1


