ARTICLE AD BOX
/sambad/media/media_files/2026/08/02/smt-drupadi-murmu-2026-08-02-16-54-15.jpeg)
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୦୨୬ ଜୁଲାଇ ୩ ତାରିଖ ଠାରୁ ତିନିଦିନିଆ ଓଡ଼ିଶା ଗସ୍ତ କରୁଛନ୍ତି। ସେ ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ରହିବେ। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ।
ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଜୁଲାଇ ୩ (ସୋମବାର) କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଉଦଘାଟନ କରିବେ। ସେ ଅଗଷ୍ଟ ୪ ତାରିରେ ଭୁବନେଶ୍ୱରରୁ ବ୍ରହ୍ମପୁର ପର୍ଯ୍ୟନ୍ତ ଟ୍ରେନ୍ରେ ଯାତ୍ରା କରିବେ ଏବଂ ତପ୍ତପାଣିରେ ମା’ କନ୍ଧୁଣୀ ଦେବୀ ମନ୍ଦିର ଓ ଶିବ ମନ୍ଦିରରେ ଦର୍ଶନ ଏବଂ ଆଳତୀ କରିବେ। ଓଡ଼ିଶା ଗସ୍ତ ଶେଷ କରି ରାଷ୍ଟ୍ରପତି ଅଗଷ୍ଟ ୫ରେ ଫେରିଯିବେ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 hour ago
1


