Flood: ଭଦ୍ରକ ଜିଲ୍ଲାରେ ସାଳନ୍ଦୀ ଓ ବୈତରଣୀରେ ଦ୍ବିତୀୟ ବନ୍ୟା ପରିସ୍ଥିତି, ସମୀକ୍ଷା କଲେ ଜିଲ୍ଲାପାଳ

1 day ago 4
ARTICLE AD BOX

ଭଦ୍ରକ: ଭଦ୍ରକ ଜିଲ୍ଲାରେ ସାଳନ୍ଦୀ ଓ ବୈତରଣୀରେ ଦ୍ବିତୀୟ ବନ୍ୟା ପରିସ୍ଥିତି। ପ୍ରବଳ ବର୍ଷା ଓ ନଦୀର  ବନ୍ୟା ପାଣି ଯୋଗୁଁ  ତଳିଆ ଅଞ୍ଚଳରେ ଗତକାଲି ରାତିଠାରୁ ପଢ଼ିଛି ବନ୍ୟା ଜଳ। ଅନେକ ଅଞ୍ଚଳ ଜଳମଗ୍ନ।

ଆବଶ୍ୟକ ପ୍ରସ୍ତୁତି ଓ ସତର୍କତାମୂଳକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ

ବୈତରଣୀ ଓ ସାଳନ୍ଦୀ ନଦୀର ଜଳସ୍ତର ବୃଦ୍ଧି ପାଉଥିବା ପରିପ୍ରେକ୍ଷୀରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଆଜି ସକାଳେ ଧାମନଗର ବ୍ଲକରେ ବନ୍ୟା ପରିସ୍ଥିତିର ମୁକାବିଲା ନେଇ ଏକ ସମୀକ୍ଷା ବୈଠକ କରିଛନ୍ତି। ବନ୍ୟା ପ୍ରଭାବିତ ଅଞ୍ଚଳ, ଉଦ୍ଧାର ଓ ରିଲିଫ୍ ବ୍ୟବସ୍ଥା, ଯୋଗାଯୋଗ ଓ ଜରୁରୀ ସେବା ସମ୍ପର୍କରେ ଅଧିକାରୀମାନଙ୍କ ସହ ଆଲୋଚନା କରି ଆବଶ୍ୟକ ପ୍ରସ୍ତୁତି ଓ ସତର୍କତାମୂଳକ ପଦକ୍ଷେପ ନେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଏହି ବୈଠକରେ ଅତିରିକ୍ତ ଜ଼ିଲ୍ଲାପାଳ ରବି ନାରାୟଣ ସାହୁ,  ଉପ ଜ଼ିଲ୍ଲାପାଳ ସୌରଭ ଚକ୍ରବର୍ତ୍ତୀ, ଧାମନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବନବିହାରୀ ଦିଣ୍ଡା, ତହସିଲଦାର ଜ୍ଞାନରଞ୍ଜନ ସାହୁ ଓ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Budhabalanga Floods: ବଢ଼ୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର: ବନ୍ୟା ମୁହଁରେ ବେତନଟୀର ୧୬ଗାଁ

Read Entire Article
LEFT SIDEBAR AD

Hidden in mobile, Best for skyscrapers.