Horoscope 2026 August 25: ଜାଣନ୍ତୁ ଆଜିର ରାଶିଫଳ...

4 hours ago 1
ARTICLE AD BOX

ମେଷ: ପ୍ରତ୍ୟେକ ବ୍ୟକ୍ତି ଆପଣଙ୍କ କଥାକୁ ମନଦେଇ ଶୁଣିବେ। ମନ ଚାହୁଥିବା କାମରେ ସଫଳତା ପାଇବେ। ଦାମ୍ପତ୍ୟ ଜୀବନରେ ଭଲ ପରିଣାମ ପାଇବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ। ‌

ବୃଷ: ଆପଣଙ୍କର ଧ୍ୟାନ ଧର୍ମକାର୍ଯ୍ୟରେ ଲଗାନ୍ତୁ। କାମରେ ସକାରାତ୍ମକ ଫଳ ପାଇବେ। ‌ସୋସିଆଲ୍ ମିଡିଆରେ ବନ୍ଧୁ ସଂଖ୍ୟା ବଢ଼ିବେ। ପାରିବାରିକ ସୁଖ ବୃଦ୍ଧି ହେବ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ। ‌

ମିଥୁନ: ନୂଆ କାମ କରିବା ଲାଗି ନୂଆ ନିୟମ ଉପରେ ବିଚାର କରିବେ। ଅଫିସରେ ଆପଣଙ୍କୁ ବଡ଼ ଦାୟିତ୍ବ ମିଳିପାରେ। ପ୍ରେମ ଜୀବନ ଭଲ ରହିବ। ଅପବ୍ୟୟ ଉପରେ ନିୟନ୍ତ୍ରଣ ରଖନ୍ତୁ। ‌

କର୍କଟ: ଚାକିରିରେ ଆଗକୁ ବଢ଼ିବାର ସୁଯୋଗ ପାଇବେ। ଧାର ଦେଇଥିବା ପଇସା ପାଇବେ। ରାଜନୀତିରେ ସଫଳତା ପାଇବେ। ଦାମ୍ପତ୍ୟ ଜୀବନରେ ଖୁସି ରହିବ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ।

ସିଂହ: କଥା କଥାରେ ଆପଣଙ୍କୁ କ୍ରୋଧ ଆସିପାରେ। ଅନ୍ୟମାନଙ୍କ କଥାରେ ଦଖଲ ଦିଅନ୍ତୁ ନାହିଁ। ଆର୍ଥିକ ବିଷୟରେ ଆପଣଙ୍କୁ ଲାଭ ହେବ। ପ୍ରେମୀଯୁଗଳଙ୍କ ସମ୍ବନ୍ଧରେ ମଧୁରତା ବୃଦ୍ଧି ହେବ। ‌‌

କନ୍ୟା: ନିଜର ବ୍ୟବହାର ମାର୍ଜିତ କରିବାକୁ ଚେଷ୍ଟା କରିବେ। ଓକିଲ କୌଣସି ପୁରୁଣା ମକଦ୍ଦମା ଉପରେ ମନ ନିବେଶ କରିବେ। ନୂଆ ଲୋକଙ୍କ ସଂପର୍କରୁ ଲାଭ ପାଇବେ। ପ୍ରେମ ଜୀବନ ମଧୁର ହେବ। ‌

ଆହୁରି ପଢ଼ନ୍ତୁ- UPSC EPFO APFC Recruitment 2026 : ଇପିଏଫଓ ଓ ଏପିଏଫସି ପଦବି ପାଇଁ ପଞ୍ଜିକରଣ ଆରମ୍ଭ

ତୁଳା: ବ୍ୟକ୍ତିଗତ ଜୀବନରେ ଦାୟିତ୍ବ ବଢ଼ିପାରେ। କାରବାରରେ ଲାଗି ରହିଥିବା ବାଧା ଦୂର ହେବ। ଘରକୁ କୌଣସି ବନ୍ଧୁ ଆସିବେ। ବିଦେଶ ଯିବାର ଆଶା ପୂରଣ ହୋଇପାରେ। ‌

ବିଛା: ବେଶୀ ଲାଭ ପାଇଁ ଅଧିକ ମନୋଯୋଗରେ କାମ କରିବେ। ଆପଣଙ୍କ କାମରେ ଜୀବନସାଥୀ ଖୁସି ରହିବେ। ଚାକିରିଆଙ୍କ ଲାଗି ଦିନଟି ଭଲ। ପାରିବାରିକ ଜୀବନ ସୁଖକର ହେବ। ‌

ଧନୁ: ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ନୂଆ କଥା କିଛି ଜାଣି ପାରିବେ। ମାଗଣାରେ କାହାରିକୁ ପରାମର୍ଶ ଦିଅନ୍ତୁ ନାହିଁ। ବୈବାହିକ ସମ୍ବନ୍ଧରେ ଉତ୍ସାହ ରହିବ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିପାରେ।‌

ମକର: ଆପଣଙ୍କ ଭିତରେ ସକାରାତ୍ମକତା ଆସିବ। ସାମାଜିକ କାର୍ଯ୍ୟରେ ସହଯୋଗ ଦେବେ। ମନରେ ଘୂରି ବୁଲୁଥିବା ଯୋଜନାର ଲାଭ ପାଇବେ। ପାରିବାରିକ ଜୀବନ ସୁଖମୟ ହେବ।

କୁମ୍ଭ: ସାମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ, ଆପଣଙ୍କର ପ୍ରସିଦ୍ଧି ବଢ଼ିବ। କୋର୍ଟ କଚେରି ମାମଲାରେ ଖର୍ଚ୍ଚାନ୍ତ ହୋଇପାରନ୍ତି। ପରିବାରରେ ଅଧିକ ଦାୟିତ୍ବ ତୁଲାଇବାକୁ ପଡ଼ିପାରେ।

ମୀନ: ଜୀବନ ଭଲ ଢଙ୍ଗରେ ଜିଇଁବା ପାଇଁ ପ୍ରୟାସ କରିବେ। ଅନ୍ୟମାନଙ୍କ ଆଗରେ ନିଜର କଥା ଭଲଭାବେ ରଖି ପାରିବେ। ବେପାରୀଙ୍କୁ ନୂଆ ସଫଳତା ମିଳିପାରେ। ଦାମ୍ପତ୍ୟ ଜୀବନ ସୁଖକର ହେବ। 

Read Entire Article
LEFT SIDEBAR AD

Hidden in mobile, Best for skyscrapers.