ARTICLE AD BOX
ମେଷ: କୌଣସି ନୂଆ ସୁଯୋଗ ପାଇଁ ପ୍ରସ୍ତୁତ ରହିବେ। ସ୍କୁଲ ଶିକ୍ଷକ ନିଜ କାମରେ ଖୁସି ରହିବେ। ମୁସ୍କିଲ ପରିସ୍ଥିତିରେ ବନ୍ଧୁର ସାହାଯ୍ୟ ପାଇବେ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ।
/sambad/media/post_attachments/sites/default/files/2026/09/26/1984617-1-3-5-599087.jpg)
ବୃଷ: ଲେଖକ ଓ କଳାକାର ଲାଗି ସମୟ ଅନୁକୂଳ। ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। ବେପାର ବଢ଼ାଇବା ପାଇଁ ନୂଆ ଯୋଜନା କରିବେ। ଅଧିକାରୀବର୍ଗ ଆପଣଙ୍କ କାମରେ ଖୁସି ହେବେ। ପୁରୁଣା ବନ୍ଧୁ ଆପଣଙ୍କ ଫୋନ୍ କରିବେ।
/sambad/media/post_attachments/sites/default/files/2026/09/26/1984616-2-3-767498.jpg)
ମିଥୁନ: ଆପଣଙ୍କର ବିରୋଧୀ ଆପଣଙ୍କଠାରୁ ଦୂରତ୍ବ ବଜାୟ ରହିବେ। ଆପଣଙ୍କ ଚେଷ୍ଟାରେ ସକାରାତ୍ମକ ଫଳ ପାଇବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ପ୍ରେମୀଯୁଗଳ ଜଣେ ଅନ୍ୟଜଣଙ୍କ ସହିତ ସମୟ ଅତିବାହିତ କରିବେ।
/sambad/media/post_attachments/sites/default/files/2026/09/26/1984615-3-3-878080.jpg)
କର୍କଟ: କାର୍ଯ୍ୟରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ନୂଆ ମୋଟର ଯାନ କିଣିବା ଲାଗି ଯୋଜନା କରିପାରନ୍ତି। ବ୍ୟବସାୟରେ ପୁଞ୍ଜି ଲଗାନ୍ତୁ ଆପଣଙ୍କୁ ଦିଗୁଣା ଲାଭ ହେବ। ସମ୍ବନ୍ଧରେ ମଧୁରତା ଆସିବ।
/sambad/media/post_attachments/sites/default/files/2026/09/26/1984614-4-3-229600.jpg)
ସିଂହ: ଦିନଟି ନିଶ୍ଚିତରୂପେ ଫଳଦାୟୀ ହେବ। ଅଫିସ କାମରେ ବାହାରକୁ ଯିବେ। କୌଣସି ବନ୍ଧୁ ସହ ସାକ୍ଷାତ ହୋଇପାରେ। ଡାକ୍ତରଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। କୌଣସି ସମ୍ମାନିତ ଲୋକଙ୍କ ସହ ମିଶିବାର ମଉକା ପାଇବେ।
/sambad/media/post_attachments/sites/default/files/2026/09/26/1984613-5-3-398876.jpg)
କନ୍ୟା: ଅଧୁରା କାମ ସଂପୂର୍ଣ୍ଣ ହେବ। ଅଫିସରେ ପ୍ରତିଯୋଗିତା ଭଳି ସ୍ଥିତି ଉତ୍ପନ୍ନ ହୋଇପାରେ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। ଜୀବନସାଥୀ ଆପଣଙ୍କ ବିଚାରରେ ପ୍ରଭାବିତ ହେବେ।
/sambad/media/post_attachments/sites/default/files/2026/09/26/1984612-6-3-648635.jpg)
ଆହୁରି ପଢ଼ନ୍ତୁ- Russian Deputy Foreign Minister: ଆମ ବିରୋଧରେ ସାମରିକ ଅଭିଯାନ ହେଲେ ଜବାବ ଦିଆଯିବ ବୋଲି ଚେତାବନୀ ଦେଲେ ରୁଷ ଉପବୈଦେଶିକ ମନ୍ତ୍ରୀ
ତୁଳା: ପେସାଦାର ବ୍ୟବସାୟୀ ଧନଲାଭର ସୁଯୋଗ ପାଇବେ। ପାଖଲୋକଠାରୁ ଭଲ ଖବର ପାଇବେ। ପାରିବାରିକ ସମ୍ବନ୍ଧ ଆହୁରି ମଜଭୁତ ହେବ। ବେକାରଙ୍କ ଲାଗି ଚାକିରିର ସୁଯୋଗ ଆସିବ।
/sambad/media/post_attachments/sites/default/files/2026/09/26/1984611-7-3-389196.jpg)
ବିଛା: ସରକାରୀ ଚାକିରିଆଙ୍କ ଲାଗି ଦିନଟି ଭଲ ରହିବ। ଯେଉଁମାନେ ରାଜନୀତି କରୁଛନ୍ତି ସେମାନେ ଲୋକମାନଙ୍କ ସହ ତାଳମେଳ ରଖିବାର ଆବଶ୍ୟକତା ଅଛି। ସନ୍ତାନ ପକ୍ଷରୁ ଖୁସି ଖବର ପାଇବେ।
/sambad/media/post_attachments/sites/default/files/2026/09/26/1984610-8-3-709820.jpg)
ଧନୁ: ଘରେ ଧାର୍ମିକ କାର୍ଯ୍ୟ କରିବା ପାଇଁ ଯୋଜନା କରିବେ। କାହାରିକୁ କୌଣସି କଥା ବୁଝାଇବାରେ ଭୁଲ୍ ହୋଇପାରେ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ।
/sambad/media/post_attachments/sites/default/files/2026/09/26/1984609-9-3-952398.jpg)
ମକର: ଆପଣ ପ୍ରସ୍ତୁତ କରିଥିବା ଯୋଜନା ସଫଳ ହେବ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯାଇପାରନ୍ତି। ଅଫିସରେ କାମ ସଂପୂର୍ଣ୍ଣ କରିବାରେ ସମୟ ଲାଗିବ। ଭ୍ରମଣ ସୁଖ ରହିଛି। ପ୍ରେମ ସମ୍ବନ୍ଧ ନିବିଡ଼ ହେବ।
/sambad/media/post_attachments/sites/default/files/2026/09/26/1984608-10-3-730626.jpg)
କୁମ୍ଭ: ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ। ଯାହା ବି କାମ କରିବେ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ ହେବ। ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ରୁଚି ବଢ଼ିବ। ଆପଣଙ୍କର କେହି ନୂଆ ବନ୍ଧୁ ହୋଇପାରନ୍ତି।
/sambad/media/post_attachments/sites/default/files/2026/09/26/1984607-11-3-332998.jpg)
ମୀନ: ଜୀବନସାଥୀ ସବୁପ୍ରକାରରେ ଆପଣଙ୍କୁ ସାହାଯ୍ୟ କରିବେ। ଆପଣଙ୍କ ଧ୍ୟାନ ଧାର୍ମିକ କାର୍ଯ୍ୟରେ ରହିବ। ବ୍ୟବସାୟୀ ନିଜ ମତରେ ଅନ୍ୟମାନଙ୍କୁ ସହମତ କରାଇନେବେ। ପ୍ରେମୀଯୁଗଳ ବାହାରକୁ ବୁଲିଯିବେ।
/sambad/media/post_attachments/sites/default/files/2026/09/26/1984607-11-3-720081.jpg)

1 hour ago
1


