Horoscope 2026 September 08: ଜାଣନ୍ତୁ ଆଜିର ରାଶିଫଳ...

16 hours ago 1
ARTICLE AD BOX

ମେଷ: ମାତାପିତାଙ୍କ ସହିତ ଠାକୁର ଦର୍ଶନ ପାଇଁ ମନ୍ଦିରକୁ ଯିବେ। ଅଧୁରା କାମ ସଂପୂର୍ଣ୍ଣ କରିବା ଲାଗି ଭଲ ଯୋଗ ରହିଛି। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।

ବୃଷ: ଜୀବନରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ନୂଆ ବିଚାର ସହ କୌଣସି କୌଣସି ବିଶେଷ କାର୍ଯ୍ୟ ଆରମ୍ଭ କରିପାରନ୍ତି। ତେଜରାତି ବ୍ୟବସାୟୀ ଆଶାତୀତ ଲାଭ ପାଇବେ। ପ୍ରେମ ଜୀବନ ମଧୁର ହେବ।‌

ମିଥୁନ: ଜୀବନସାଥୀର ସହଯୋଗ ଆପଣଙ୍କ ଅଶାନ୍ତିକୁ କମ୍ କରାଇବ। କୌଣସି କାମ ପାଇଁ ଯୋଜନା ପ୍ରସ୍ତୁତ କରିବେ। ଅଧିକାରୀଙ୍କୁ ଆପଣଙ୍କ ମତ ପସନ୍ଦ ହେବ। ପ୍ରିୟଜନଙ୍କ ଠାରୁ ଉପହାର ପାଇବେ। ‌

କର୍କଟ: ଧନଲାଭର ନୂଆ ମାର୍ଗ ଦୃଷ୍ଟିଗୋଚର ହେବ। ବ୍ୟବସାୟକୁ ଅନ୍ୟ କୌଣସି ଜିଲ୍ଲାରେ ବିସ୍ତାର କରିବା ଲାଗି ଭାବିବେ। ଓକିଲଙ୍କର ସମାଜରେ ପ୍ରସିଦ୍ଧି ବଢ଼ିବ। ଛାତ୍ର ଲେଖାପଢ଼ାରେ ଧ୍ୟାନ ଦେବେ। ‌

ସିଂହ: ଜୀବନସାଥୀ ସହଯୋଗରେ ଆପଣଙ୍କର କୌଣସି କାମ ସଂପୂର୍ଣ୍ଣ ହୋଇପାରେ। ସଂଚାର କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ଘର ପାଇଁ ଦରକାରୀ ଜିନିଷ କିଣିବେ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ।

କନ୍ୟା: ଆପଣ ପ୍ରସ୍ତୁତ କରିଥିବା ଯୋଜନା ସଫଳ ହେବ। ଉପରିସ୍ଥ କର୍ମଚାରୀ ଆପଣଙ୍କ ଉପରେ ପ୍ରସନ୍ନ ହେବେ। ସାମାଜିକ କାର୍ଯ୍ୟରେ ସମୟ ଦେବେ। ପ୍ରେମ ଜୀବନ ପ୍ରୀତିକର ଓ ଆନନ୍ଦମୟ ରହିବ।

ଆହୁରି ପଢ଼ନ୍ତୁ- Toxic: ବକ୍ସ ଅଫିସରେ ଫ୍ଲପ୍ ହେବା ପରେ 'ଟକ୍ସିକ୍'ର ଓଟିଟି ଡିଲ୍‌କୁ ଝଟ୍‌କା: ୫୦୦ କୋଟିର ଫିଲ୍ମ ପାଇଁ ଅଫର୍ ମିଳିଲା ମାତ୍ର ୩୦ କୋଟି

ତୁଳା: ଦିନଟି ବହୁତ ଶୁଭ ରହିବ। ଆପଣଙ୍କର କୌଣସି ନିର୍ଣ୍ଣୟରେ ପରିବାର ଲୋକ ସହଯୋଗ କରିବେ। ବେପାରରେ ଉନ୍ନତି ହେବ। ଲେଖକଙ୍କୁ ଖ୍ୟାତି ମିଳିବ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।

ବିଛା: ବେପାର ଉଦ୍ୟୋଗରେ ଲାଭ ହେବ। କୌଣସି କାମରେ ଦୂରସ୍ଥାନକୁ ଯାଇପାରନ୍ତି। କୌଣସି ଖୁସି ଖବର ପାଇବେ। କ୍ୟାରିୟରରେ ଆପଣ ନିଜ ଗୁରୁଙ୍କ ସହଯୋଗ ପାଇବେ।

ଧନୁ: ପାରିବାରିକ ଜୀବନରେ କିଛି ପରିବର୍ତ୍ତନ ଆସିପାରେ। ଆପଣ ନିଜ ବନ୍ଧୁଠାରୁ ଭଲ ପରାମର୍ଶ ପାଇବେ। ସାମାଜିକ କ୍ଷେତ୍ରରେ ମାନସମ୍ମାନ ବଢ଼ିବ। ସରକାରୀ ଚାକିରିଆ କାମରେ ବ୍ୟସ୍ତ ରହିବେ। 

ମକର: ବ୍ୟବସାୟରେ ଯଥେଷ୍ଟ ବୃଦ୍ଧି ହେବ। ଚାକିରିରେ ପଦୋନ୍ନତି ମିଳିବା ଯୋଗୁଁ ପ୍ରସନ୍ନ ରହିବେ। ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ। ଜୀବନସାଥୀ ସହ ସମ୍ବନ୍ଧ ମଜଭୁତ ହେବ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ଭଲ। 

କୁମ୍ଭ: ବ୍ୟବସାୟୀଙ୍କ ଲାଗି ଦିନଟି ବହୁତ ଭଲ। ହଜମ ଜନିତ ସମସ୍ୟାରୁ ଆରାମ ପାଇବେ। ବନ୍ଧୁମାନଙ୍କ ସହ ବାହାରକୁ ବୁଲି ଯିବାର ଯୋଜନା କରିବେ। ପ୍ରତିଯୋଗୀ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ।

ମୀନ: ଆପଣଙ୍କ ମନରେ ସକାରାତ୍ମକତା ରହିବ। କାମ ପାଇଁ କୌଣସି ବଡ଼ ନିଷ୍ପତ୍ତି ନେବେ। ବିଜ୍ଞାନ କ୍ଷେତ୍ରରେ ଥିବା ଲୋକଙ୍କର ଉନ୍ନତି ହେବ। ଜୀବନସାଥୀ ସହ ଭଲ ତାଳମେଳ ବଜାୟ ରହିବ।

Read Entire Article
LEFT SIDEBAR AD

Hidden in mobile, Best for skyscrapers.