Horoscope 2026 September 26: ଜାଣନ୍ତୁ ଆଜିର ରାଶିଫଳ...

1 hour ago 1
ARTICLE AD BOX

ମେଷ: କୌଣସି ଜରୁରୀ କାମରେ ଦୂରସ୍ଥାନକୁ ଯିବେ। ଅଫିସରେ କାମର ବୋଝ ବଢ଼ିପାରେ। ପରିବାର ଲୋକଙ୍କୁ ଆପଣଙ୍କ ଠାରୁ ବହୁତ ଅପେକ୍ଷା ରହିବ। ଶରୀର ସୁସ୍ଥ ରଖିବା ଲାଗି ଖର୍ଚ୍ଚ କରିବେ।

ବୃଷ: ଧୈର୍ଯ୍ୟଧରି କାମ କରନ୍ତୁ ସଫଳ ହେବେ। ଅଫିସରେ କୌଣସି କଥାକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ଠିକ୍ କରିବେ। ଗୃହିଣୀଙ୍କୁ ଘର କାମରେ ପତିଙ୍କସହଯୋଗ ମିଳିବ।

ମିଥୁନ: ଲକ୍ଷ୍ୟ ପ୍ରତି ଗମ୍ଭୀରତାର ସହ ପ୍ରୟାସ କରନ୍ତୁ ସଫଳ ହେବେ। ବନ୍ଧୁବର୍ଗଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଖେଳାଳୀଙ୍କର ପ୍ରଦର୍ଶନ ଭଲ ରହିବ। ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ହେବ। 

କର୍କଟ: ନିଜକୁ ଲୋକଙ୍କ ନଜରରେ ବଢ଼ିଆ ପ୍ରମାଣିତ କରିପାରିବେ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ଇଂଜିନିୟର ଛାତ୍ରଙ୍କ ଲାଗି ଦିନଟି ଭଲ।

ସିଂହ: କାର୍ଯ୍ୟକ୍ଷେତ୍ରରେ ଏଭଳି ସୁଯୋଗ ପାଇବେ ଯାହାଦ୍ବାରା ଭବିଷ୍ୟତ ଜୀବନ ଉଜ୍ଜ୍ବଳମୟ ହେବ। ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ କରନ୍ତୁ ନାହିଁ। ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

କନ୍ୟା‌: ପ୍ରତିଟି କାମରେ ମନ ଲାଗିବ। ଚାକିରି ସମ୍ବନ୍ଧିତ ଭଲ ଖବର ପାଇବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। 

ଆହୁରି ପଢ଼ନ୍ତୁ- 🔴Heavy rain: କଳିଙ୍ଗା ଘାଟିର ସ୍ଥିତି ପରଖିଲେ ବିଧାୟକ; ଫୁଲୁଛି ବଂଶଧାରା, ବଢ଼ୁଛି ଜଳସ୍ତର; ଆସନ୍ତାକାଲି କଟକ ଜିଲ୍ଲାର ସବୁ ସ୍କୁଲ ଛୁଟି

ତୁଳା: କାରବାର ବୃଦ୍ଧି ଲାଗି ଦିନଟି ଭଲ। ବିରୋଧୀମାନେ କ୍ଷତି ପହଞ୍ଚାଇବା ପାଇଁ ବିଫଳ ପ୍ରୟ‌ାସ କରିବେ। ଅଫିସ କାମରେ ଚିନ୍ତା କମ୍ ରହିବ। ନୂଆ ସଂପର୍କ ଗଢ଼ିବା ପାଇଁ ଦିନଟି ଭଲ।

ବିଛା: କାର୍ଯ୍ୟକ୍ଷେତ୍ରରେ ବୃଦ୍ଧି ଲାଗି ଦିନଟି ଭଲ। କଳା ସଙ୍ଗୀତ କ୍ଷେତ୍ରରେ ଥିବା ଲୋକମାନେ ଭଲ ପ୍ରଦର୍ଶନ କରିବେ। ସୁସମ୍ବାଦ ପାଇବେ। ଜୀବନସାଥୀଙ୍କ ବ୍ୟବହାରରେ ଆପଣଙ୍କୁ ଖୁସି ମିଳିବ।

ଧନୁ: ନୂଆ କାମ କରିବା ପାଇଁ ଦିନଟି ବହୁତ ଭଲ। ଲୁଗା ବ୍ୟବସାୟୀ ଯଥେଷ୍ଟ ଲାଭ ପାଇବେ। ପାରିବାରିକ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ଛାତ୍ରଛାତ୍ରୀଙ୍କର ଅଧ୍ୟୟନରେ ମନ ଲାଗିବ। ‌

ମକର: ବ୍ୟବସାୟୀ କିଛି ନୂଆ ଯୋଜନା ତିଆରି କରିବେ। ଚାକିରିଜୀବୀଙ୍କ ଲାଗି ଦିନଟି ଭଲ। କର୍ତ୍ତୃପକ୍ଷ ଆପଣଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇପାରନ୍ତି। ପ୍ରେମିକାଙ୍କୁ ଉପହାର ଦେଇପାରନ୍ତି। 

କୁମ୍ଭ: ମସ୍ତିଷ୍କରେ ଘୂରି ବୁଲୁଥିବା ନକାରାତ୍ମକ ଚିନ୍ତା ସମାପ୍ତ ହୋଇଯିବ। ଶୁଭ ଖବର ମିଳିବା ଯୋଗ ରହିଛି। ଆୟରେ ବୃଦ୍ଧି ହେବ। ଅଫିସରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ।

ମୀନ: ଶାରୀରିକ ଓ ମାନସିକ ଦୃଷ୍ଟିରୁ ସୁସ୍ଥ ଅନୁଭବ କରିବେ। ବ୍ୟବସାୟରେ ତୁରନ୍ତ ଫଇସଲା ଲାଭପ୍ରଦ ହେବ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ସମୟ ଅତିବାହିତ କରିବେ।

Read Entire Article
LEFT SIDEBAR AD

Hidden in mobile, Best for skyscrapers.