Landslides: ପୁଣି କେ ଆର୍‌ ଲାଇନରେ ଧସିଲା ପଥର; ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ

3 days ago 4
ARTICLE AD BOX

ରାୟଗଡ଼ା (ଶିବ ପ୍ରସାଦଦୋରା): ରାୟଗଡା ଜିଲ୍ଲାରେ ଲଗାଣ ବର୍ଷା ପ୍ରଭାବରେ କେ ଆର ଲାଇନ ରେଳପଥରେ ପଥର ଧସି ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଉଛି I ଶିକରପାଇ ରେଳ ଷ୍ଟେସନ ନିକଟ ରେଳ ଟ୍ରାକ୍ ଉପରେ  ପଥର ଖସିଥିବା କୁହାଯାଉଛିI  

WhatsApp Image 2026-09-25 at 7.54.25 AM

ସିକରପାଇରୁ ଭାଲୁମାସ୍କା ମଧ୍ଯରେ କେ ଆର ଲାଇନ ରେ ଦ୍ଵିତୀୟ ଲାଇନ ରେଳପଥ କାର୍ଯ୍ୟ ଜାରି ରହିଛି I ପଥର ରେଳ ଲାଇନ ଉପରେ ଧସିବା ପରେ ସିକରପାଇ ଷ୍ଟେସନ୍‌ରେ  ଇଣ୍ଟରସିଟି ଏବଂ କେଉଟଗୁଡା ଷ୍ଟେସନ୍ ରେ ଅଟକିଛି ହୀରାଖଣ୍ଡ ଏକ୍ସପ୍ରେସ୍I ଘଟଣାସ୍ଥଳରେ ରେଳ ବିଭାଗର ସୁରକ୍ଷା କର୍ମୀ ଓ ଇଂଜିନିଅରିଙ୍ଗ କର୍ମଚାରୀ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ପ୍ରାୟ ଦୁଇ ଘଣ୍ଟାରୁ ଅଧିକା ସମୟ ଧରି ଟ୍ରେନ ଅଟକି ଥିବା ସୂଚନାରୁ ଜଣାପଡିଛିI 

ସୂଚନାଯୋଗ୍ୟ ଗତକାଲି ଲେଲିଗୁମା ଓ ରାଉଳି ମଧ୍ୟରେ ମାଟି ଧସି ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଥିଲାI ରାୟଗଡା ରେଳ ଡିଭିଜନ ଡି ଆର ଏମ ଅମିତାଭ ସିଂଘଲ ଓ ଅନ୍ୟାନ୍ୟ କର୍ମଚାରୀ ଘଟଣାସ୍ଥଳରେ ପହଂଚିଥିବା ଜଣାପଡିଛିI ବର୍ଷା ଯୋଗୁଁ ରାୟଗଡା ଆନ୍ଧ୍ର ପ୍ରଦେଶ ରାସ୍ତାରେ ଗଛ ପଡିବା ଯୋଗୁଁ ୩ ଘଣ୍ଟା ଧରି ରାସ୍ତା ଅବରୋଧ ହୋଇଛିI ମେଟୁ କେରଡ଼ା ନିକଟରେ ଗୋଟିଏ ବଡ ଗଛ ପଡିଥିବା ଜଣାପଡିଛିI

Read Entire Article
LEFT SIDEBAR AD

Hidden in mobile, Best for skyscrapers.