Low pressure formed: ସୃଷ୍ଟି ହେଲା ଲଘୁଚାପ: ୨ ଦିନ ପ୍ରବଳ ବର୍ଷା

1 hour ago 1
ARTICLE AD BOX

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ସଂଲଗ୍ନ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତା‌ ପର୍ଯ୍ୟନ୍ତ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଆସନ୍ତା ୨ରୁ ୩ ଦିନରେ ଲଘୁଚାପ ଆହୁରି ବଳ ଗୋଟାଇ ଘନୀଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥିସହ ଋତୁକାଳୀନ ଟ୍ରଫ୍‌ଲାଇନ୍‌ ମଧ୍ୟ ଉତ୍ତର-ପଶ୍ଚିମ ରାଜସ୍ଥାନରୁ ଲଘୁଚାପ କ୍ଷେତ୍ର ମଧ୍ୟ ଦେଇ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ହୋଇ ଗତି କରୁଛି।

Weather:୧୦୦ ବର୍ଷରେ ତୃତୀୟ ଶୁଖିଲା ଜୁନ୍ ୪ ପ୍ରମୁଖ କାରଣରୁ ୪୦ ପ୍ରତିଶତ କମ୍ ବର୍ଷା

ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା କିଛି ଦିନ ପ୍ରବଳ ବର୍ଷା ହୋଇପାରେ। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୨ ଦିନ କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷାକୁ ନେଇ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ଆସନ୍ତାକାଲି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ବାଲେଶ୍ବର, କଟକ, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଧା ଓ ନୟାଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୪ ତାରିଖରେ କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକରେ ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Weather: ମୁମ୍ବାଇରେ ବର୍ଷା, ମୌସୁମୀ ଆଗକୁ ବଢ଼ିବା ଆଶା

Read Entire Article
LEFT SIDEBAR AD

Hidden in mobile, Best for skyscrapers.