ARTICLE AD BOX
ଭୁବନେଶ୍ବର: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ସୃଷ୍ଟି ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଅଞ୍ଚଳ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଫଳରେ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିଶେଷ କରି ମୟୂରଭଞ୍ଜ ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଆକଳନ କରିବା ସହ ଶନିବାର ପୂର୍ବାହ୍ଣ ପର୍ଯ୍ୟନ୍ତ ରେଡ୍ ୱାର୍ଣ୍ଣିଂ ଦେଇଛି। ଏଥିସହ ୧୯ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
Neglect: ୬୪୨ ଅଙ୍ଗନବାଡ଼ି କେନ୍ଦ୍ରରେ ନାହିଁ ବିଦ୍ୟୁତ ସଂଯୋଗ, ୭୫୦ଟିରେ ଶୌଚାଳୟ
ମୟୂରଭଞ୍ଜକୁ ରେଡ୍, ୧୯ ଜିଲ୍ଲାକୁ ଅରେଞ୍ଜ ସତର୍କତା
ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ବାରଣ
ଶନିବାର ପୂର୍ବାହ୍ଣ ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ଅତ୍ୟନ୍ତ ପ୍ରବଳ ହେବ। ଏହାବ୍ୟତୀତ ବାଲେଶ୍ବର, ଭଦ୍ରକ, କଟକ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାରୁ ଜିଲ୍ଲା ପ୍ରଶାସନ ସମେତ ସାଧାରଣ ଜନତା ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।
ଗୁରୁତ୍ବପୂର୍ଣ୍ଣ କଥା ହେଉଛି କେତେକ ନଦୀ ଅବବାହିକାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଇପାରେ। ଏଭଳି ପରିସ୍ଥିତି ଉପୁଜିବାକୁ ଥିବାରୁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଟ୍ରାଫିକ୍ ପରାମର୍ଶ ପାଳନ, ଜଳବନ୍ଦି ସମସ୍ୟା ହେଉଥିବା ଅଞ୍ଚଳକୁ ନ ଯିବା, ଦୁର୍ବଳ କିମ୍ବା ବିପଦସଙ୍କୁଳ ଗୃହଠାରୁ ଦୂରେଇ ରହିବାକୁ ଆଇଏମ୍ଡି ପକ୍ଷରୁ ପରାମର୍ଶ ଦିଆଯାଇଛି। ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ୯ ତାରିଖ ସକାଳ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ୮ ତାରିଖରେ ସମୁଦ୍ର ନ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୧୨ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ଅଗଷ୍ଟ ତୃତୀୟ ସପ୍ତାହରେ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି।
Flood in Bhadrak: ଲୋକଙ୍କ ପାଖରେ ଠିକ୍ ଭାବରେ ରିଲିଫ୍ ସାମଗ୍ରୀ ପହଞ୍ଚି ପାରିନି: ବିଜେଡି
ରାଜ୍ୟରେ ମୌସୁମୀ ବର୍ଷା ପରିମାଣ ୮୦୦ ମିଲିମିଟର ଡେଇଁଛି। ଜୁନ୍ ୧ରୁ ଅଗଷ୍ଟ ୭ ମଧ୍ୟରେ ଓଡ଼ିଶାରେ ୮୧୪ ମିମି ବର୍ଷା ରେକର୍ଡ ହୋଇଛି, ଯାହାକି ସ୍ୱାଭାବିକ ବର୍ଷା ୬୪୩.୬ ମିମି ତୁଳନାରେ ୨୬% ପ୍ରତିଶତ ଅଧିକ। ଗତକାଲି ସକାଳ ସାଢ଼େ ୮ଟାରୁ ଆଜି ସକାଳ ମଧ୍ୟରେ ୨ଟି ସ୍ଥାନରେ ଅତିପ୍ରବଳ ବର୍ଷା ଓ ୩୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। କଳାହାଣ୍ଡି ଜିଲ୍ଲାର ନର୍ଲାରେ ସର୍ବାଧିକ ୧୩୧ ମିମି ବର୍ଷା ହୋଇଛି। ସେହିପରି ଜିଲ୍ଲାର ମଦନପୁର-ରାମପୁରରେ ୧୧୭ ମିମି, ବଲାଙ୍ଗୀରର ବେଲଗାଁରେ ୧୧୫ ମିମି, ସାଲେଭଟାରେ ୧୦୩.୪ ମିମି, କଟକର ଆଠଗଡ଼ରେ ୧୧୨ ମିମି, ମାହାଙ୍ଗାରେ ୧୦୪ ମିମି, ବୌଦ୍ଧ ଖଇରମାଳରେ ୯୯.୨ ମିମି ଓ ଢେଙ୍କାନାଳରେ ୯୮.୬ ମିମି ବର୍ଷା ରେକର୍ଡ କରାଯାଇଛି।

1 week ago
4


