ARTICLE AD BOX
ଭୁବନେଶ୍ବର: ଶନିବାର ସନ୍ଧ୍ୟାରେ ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା କ୍ରମଶଃ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ଘନୀଭୂତ ହୋଇ ୨୧ରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ଏବଂ ୨୨ ତାରିଖ ବେଳକୁ ଆହୁରି ଅଧିକ ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି ଜାରି ରଖି ୨୩ ତାରିଖ ସକାଳ ବେଳକୁ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟ ପଶ୍ଚିମ-କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ତେଣୁ ୨୨ ତାରିଖଠାରୁ ଓଡ଼ିଶା ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ମଝିରେ ମଝିରେ ପବନର ବେଗ ସର୍ବାଧିକ ୬୫ କିମି ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପୂର୍ବାନୁମାନ କରିଛି। ତେବେ ବାତ୍ୟା ସମ୍ପର୍କରେ ଆଇଏମ୍ଡି ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ଦେଇ ନାହିଁ। ଯଦି ଲଘୁଚାପ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନିଏ ତେବେ ଏହାର ନାମ ‘ଅର୍ଣ୍ଣବ’ ରହିବ।
Deadbody: ଦିଲ୍ଲୀ ପୁଲିସ କନଷ୍ଟେବଲ ଓ ପତ୍ନୀଙ୍କ ମୃତଦେହ ବନ୍ଦ ଘରୁ ଉଦ୍ଧାର
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ କହିବାନୁଯାୟୀ ୨୦ ତାରିଖ ସକାଳ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଅବପାତ ପ୍ରଭାବରେ ୨୧ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋରଧା, ନୟାଗଡ଼ ଜିଲ୍ଲା ଏବଂ ୨୨ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ଖୋରଧା ଓ ନୟାଗଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ହୋଇପାରେ। ତେଣୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହି ସମୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ।
ବାତ୍ୟା ଚିତ୍ର ଏବେ ବି ଅସ୍ପଷ୍ଟ
ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ୪ ଦିନ ବର୍ଷା
ବାତ୍ୟା ରୂପ ନେଲେ ନାମ ରହିବ ‘ଅର୍ଣ୍ଣବ’
ସମୁଦ୍ରରୁ ଫେରି ଆସିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ
ଦକ୍ଷିଣ-ପଶ୍ଚିମ ମୌସୁମୀର ଲେଉଟାଣି ଆରମ୍ଭ
ଅନୁରୂପ ଭାବେ ୨୩ ତାରିଖରେ କନ୍ଧମାଳ, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି। ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବ। ୨୪ ତାରିଖରେ ମଧ୍ୟ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ସ୍ଥାନେ ସ୍ଥାନେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖରେ ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ସମ୍ଭାବ୍ୟ ବର୍ଷା ଓ ପବନରେ କ୍ଷୟକ୍ଷତି ହେବାକୁ ଥିବାରୁ ପରିସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲା ପ୍ରଶାସନଗୁଡ଼ିକୁ ପରାମର୍ଶ ଦିଆଯାଇଛି। ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନେ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।
Rescue: ୨ ମା’ଛେଉଣ୍ଡ ଛୁଆଙ୍କୁ ବିକିଦେଲେ ୨ ବାପା; ସାହୁକାର ଘରୁ ଖସିଆସି ୨୦ କିମି ଚାଲିଲେ
ଅନ୍ୟପକ୍ଷରେ ସେପ୍ଟେମ୍ବର ୧୭ ତୁଳନାରେ ଆଜି ୧୯ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପଶ୍ଚିମ ରାଜସ୍ଥାନର କିଛି ଅଂଶରୁ ପ୍ରତ୍ୟାବର୍ତ୍ତନ କରିଛି। ଆଗାମୀ ୩-୪ ଦିନ ମଧ୍ୟରେ ରାଜସ୍ଥାନର ଆହୁରି କିଛି ଅଂଶ ସହ ପଞ୍ଜାବ, ସୌରାଷ୍ଟ୍ର ଓ କଚ୍ଛ ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପାଣିପାଗ ଅନୁକୂଳ ରହିଛି। ତେବେ ଓଡ଼ିଶାରେ ଏବେ ବି ମୌସୁମୀ ବର୍ଷା ସ୍ବାଭାବିକଠାରୁ ଅଧିକ ରହିଛି। ୧୩ଟି ଜିଲ୍ଲାରେ ସ୍ବାଭାବିକ ଏବଂ ୧୫ଟି ଜିଲ୍ଲାରେ ଅଧିକ ବର୍ଷା ହୋଇଛି। ବୌଦ୍ଧ ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଥିବାବେଳେ ଗଞ୍ଜାମରେ ନିଅଣ୍ଟିଆ ବର୍ଷା ପରିସ୍ଥିତି ଲାଗିରହିଛି।

1 week ago
8


