Low pressure: ବଙ୍ଗୋପସାଗରରେ ଲଘୁଚାପ: ଅଧା ଓଡ଼ିଶାକୁ ଅରେଞ୍ଜ ୱାର୍ଣ୍ଣିଂ, ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା

49 minutes ago 2
ARTICLE AD BOX

ଭୁବନେଶ୍ବର: ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ। ପ୍ରଭାବରେ ସୋମବାର ସକାଳ ସୁଦ୍ଧା କଟକ, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ନବରଙ୍ଗପୁରରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାକୁ ଥିବାରୁ ରେଡ୍‌ ୱାର୍ଣ୍ଣିଂ ଏବଂ ଉପକୂଳବର୍ତ୍ତୀ ଓ ଉତ୍ତର ଓଡ଼ିଶା ସମେତ ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, କୋରାପୁଟ, ମାଲକାନଗିରି, ନୟାଗଡ଼, ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ପରବର୍ତ୍ତୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ସହ ସତର୍କ ରହିବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି।

Rain in Bhadrak: ଲଗାଣ ବର୍ଷାରେ ପୁଣି ବଢ଼ିଲା ବୈତରଣୀ, ସାଳନ୍ଦୀର ଜଳସ୍ତର

ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା
ବନ୍ଦରଗୁଡ଼ିକୁ ୩ ନମ୍ବର ବିପଦସଙ୍କେତ ଜାରି
ମାସ ଶେଷକୁ ଆଉ ଏକ ଲଘୁଚାପ ସମ୍ଭାବନା

ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ପଶ୍ଚିମବଙ୍ଗ, ଓଡ଼ିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ଏହି ଅଞ୍ଚଳକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଏଥିସହ ଓଡ଼ିଶା ଉପକୂଳ ବନ୍ଦରଗୁଡ଼ିକରେ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଛି। ଗତକାଲି ସକାଳ ସାଢ଼େ ୮ଟାରୁ ଆଜି ସକାଳ ମଧ୍ୟରେ କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, କୋରାପୁଟ ଜିଲ୍ଲାରେ ଅତିପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇଛି। ରାଜ୍ୟର ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ, ୧୫ଟି ସ୍ଥାନରେ ଅତିପ୍ରବଳ ଓ ୨୩ଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରଠାରେ ସର୍ବାଧିକ ୩୪୫ ମିମି ବର୍ଷା ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାର କାଶିପୁରରେ ୨୧୨ ମିମି, କଳାହାଣ୍ଡି ଜିଲ୍ଲାର ଜୟପାଟଣାରେ ୨୦୦, କଲାମପୁରରେ ୧୪୬.୪, ନବରଙ୍ଗପୁରରେ ୧୯୦.୬, ତେନ୍ତୁଲିଖୁଣ୍ଟିରେ ୧୮୯, ପାପଡାହାଣ୍ଡିରେ ୧୭୫, ନନ୍ଦାହାଣ୍ଡିରେ ୧୪୫ ମିମି ବର୍ଷା ହୋଇଛି।

Neglect: କଳମା-ବେତନଟୀ ରାସ୍ତାରେ ପ୍ରତି ମୁହୂର୍ତ୍ତରେ ବିପଦ

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ମାସର ଶେଷ ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ପ୍ରଭାବରେ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହେବ, ମାତ୍ର ଦକ୍ଷିଣ ଓଡ଼ିଶାରେ ବର୍ଷାର ନିଅଣ୍ଟିଆ ସ୍ଥିତି ଜାରି ରହିବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଗାମୀ ୩ ଦିନ ମଧ୍ୟରେ ଉତ୍ତର ଓଡ଼ିଶା ଦେଇ ଛତିଶଗଡ଼ ଆଡ଼କୁ ଗତି କରିବ। ଅଗଷ୍ଟ ୨୪ରୁ ୨୬ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ନଦୀର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୨୭ ଓ ୨୮ ତାରିଖ ବେଳକୁ ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, କଳାହାଣ୍ଡି ଓ ବଲାଙ୍ଗୀରରେ ବର୍ଷା ହେବ। ଅଗଷ୍ଟ ୨୯/୩୦ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୧ ମଧ୍ୟରେ ନୂଆ ଲଘୁଚାପରେ ପରିଣତ ହେବ। ଏହା ମଧ୍ୟ ଉତ୍ତର ଓଡ଼ିଶା, ଝାଡ଼ଖଣ୍ଡ ଓ ଛତିଶଗଡ଼ ଆଡ଼କୁ ଗତି କରିବ। ପ୍ରଭାବରେ ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୨ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପୁଣି ପ୍ରବଳ ବର୍ଷା ହେବ। ଲଘୁଚାପ ଦୁର୍ବଳ ପରେ ରାଜ୍ୟରେ ବର୍ଷା ପରିମାଣ କମିଯିବ। ଉପକୂଳ, ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ସେ କହିଛନ୍ତି।

Read Entire Article
LEFT SIDEBAR AD

Hidden in mobile, Best for skyscrapers.