Low pressure: ବଙ୍ଗୋପସାଗରରେ ଲଘୁଚାପ ଆଜି: ୧୫ ତାରିଖ ଯାଏଁ ଲାଗିରହିବ ବର୍ଷା

1 hour ago 1
ARTICLE AD BOX

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଥିବା ଏହି ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଏହା ଅଧିକ ଘନୀଭୂତ ହୋଇ ଅଗଷ୍ଟ ୧୨(ବୁଧବାର)ରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ ମୌସୁମୀ ନିମ୍ନଚାପ ରେଖା ବର୍ତ୍ତମାନ ସମୁଦ୍ର ପତ୍ତନରେ ବିକାନେର, ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ରର କେନ୍ଦ୍ରବିନ୍ଦୁ, ସିଧି, ରାଞ୍ଚି, ଦୀଘା ଦେଇ ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ପ୍ରଭାବରେ ବୁଧବାର ସକାଳ ସାଢ଼େ ୮ଟା ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। 

Dumper new rules: ଟିପର ଓ ଡମ୍ପର ପାଇଁ କଡ଼ା ନିୟମ ଜାରି କଲା କେନ୍ଦ୍ର

ଏହି ସମୟରେ ବାଲେଶ୍ବର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅନୁଗୋଳ, କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୩୦ଟି ଯାକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। ପରବର୍ତ୍ତୀ ଦିନଗୁଡ଼ିକରେ ମଧ୍ୟ ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଓଡ଼ିଶା ଉପକୂଳ ଓ ଆଖପାଖ ସମୁଦ୍ର ଅଞ୍ଚଳରେ ୧୫ ତାରିଖ ପର୍ଯ୍ୟନ୍ତ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ମଝିରେ ମଝିରେ ପବନର ବେଗ ୬୦ କିମି ଛୁଇଁବା ସହ ଝଡ଼ପବନର ଆଶଙ୍କା ରହିଛି। ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଓଡ଼ିଶା ଉପକୂଳ ଓ ସଂଲଗ୍ନ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଗତକାଲି ସକାଳ ସାଢ଼େ ୮ଟାରୁ ଆଜି ସକାଳ ସାଢ଼େ ୮ଟା ମଧ୍ୟରେ ଜଗତ୍‌ସିଂହପୁର ଜିଲ୍ଲାର କୁଜଙ୍ଗରେ ସର୍ବାଧିକ ୧୧୩ ମିମି ବର୍ଷା ହୋଇଥିବା ବେଳେ ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀରେ ୯୦ମିମି, ସୁନ୍ଦରଗଡ଼ ଜିଲ୍ଲାର ମନ୍ଦିରା ଡ୍ୟାମ୍‌ରେ ୭୩ମିମି, ଦେବଗଡ଼ ଜିଲ୍ଲା ବାରକୋଟରେ ୭୦.୨ମିମି, କେନ୍ଦୁଝର ଜିଲ୍ଲାର ସ୍ବାମପାଟଣାରେ ୬୪.୪ମିମି, ତେଲକୋଇରେ ୬୩.୬ ମିମି ବର୍ଷା ରେକର୍ଡ କରାଯାଇଛି।

Neglect: ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପାଇଁ ୨୦୨୦ରୁ ପ୍ରସ୍ତାବ, ହୋଇପାରିନି ଜମି ଚିହ୍ନଟ

Read Entire Article
LEFT SIDEBAR AD

Hidden in mobile, Best for skyscrapers.