ARTICLE AD BOX
ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ତତସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଓଡିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଛି। ଏହା ସହିତ ଜଡିତ ଘୁର୍ଣ୍ଣିବଳୟ ୯.୪ କିମି ସମୁଦ୍ର ପତନକୁ ବ୍ୟାପିଛି। ୨ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ଆଗାମୀ ୪୮ ଘଣ୍ଟା ଯାଏ ଭୀଷଣ ବର୍ଷା ସମ୍ଭାବନା ଥିବା ବେଳେ ଚାରି ଦିନ ଯାଏଁ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ କଟକ, ଭଦ୍ରକ
, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଏବଂ କେନ୍ଦୁଝର ୬ ଜିଲ୍ଲାକୁ ଭୀଷଣ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି।
Heavy Rain: ସୁନ୍ଦରଗଡ଼ ଜିଲ୍ଲାର ଏକାଧିକ ରାସ୍ତା-କଲ୍ଭର୍ଟ୍ ଭାଙ୍ଗିଲା
ସେହିପରି ଢେଙ୍କାନାଳ, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୋଳ, ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଏବଂ ବୌଦ୍ଧ ଏହି ୯ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅରେଞ୍ଜ ଆଲର୍ଟ ଜାରି କରିଛି। ଏତଦ୍ବ୍ୟତୀତ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର ବଲାଙ୍ଗୀର, ଦେଓଗଡ଼, କନ୍ଧମାଳ, କଳାହାଣ୍ଡି ଏବଂ ଗଞ୍ଜାମ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତକାଲି କେନ୍ଦୁଝରରେ ଅତ୍ୟନ୍ତ ପ୍ରବଳ ବର୍ଷା ପାଇଁ ରେଡ୍ ଆଲର୍ଟ ଥିବା ବେଳେ ଯାଜପୁର କଟକ ଢେଙ୍କାନାଳ ଅନୁଗୁଳ, ଦେଓଗଡ ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ମୟୁରଭଞ୍ଜ ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। କଳାହାଣ୍ଡି, ନୂଆପଡା, ବଲାଙ୍ଗୀର , ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳ ବର୍ଷାକୁ ନେଇ ପାଣିପାଗ ବିଭାଗ ୟେଲୋ ଆଲର୍ଟ ଜାରି କରିଛି । ୭ ଦିନ ଅର୍ଥାତ ୩୧ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ବିଭିନ୍ନ ଜିଲ୍ଲାକୁ ୟେଲୋା ଓ ଅରେଞ୍ଜ୍ ଚେତାବନୀ ଦେଇଛି ବିଭାଗ।
Weekly Horoscope 2026 July 26 to August 01: ଜାଣନ୍ତୁ ଏ ସପ୍ତାହର ରାଶିଫଳ...
ସେପଟେ ଲଗାଣ ବର୍ଷା କାରଣରୁ ମହାନଦୀ, ବ୍ରାହ୍ମଣୀ ଏବଂ ବୈତରଣୀ ଉପର ମୁଣ୍ଡରେ ଜଳସ୍ତର ବୃଦ୍ଧି ପାଇବ। ତଳିଆ ଅଞ୍ଚଳରେ ବନ୍ୟାର ଆଶଙ୍କା ସୃଷ୍ଟି ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଉତ୍ତର ଓଡିଶା ଉପକୁଳରେ ୪୦ରୁ ସର୍ବାଧିକ ୬୦ କିମି ପବନ ବହିବାର ଆଶଙ୍କା ଥିବା ବେଳେ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆସନ୍ତା ୨୭ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।। ଗତ ୨୪ ମଧ୍ୟରେ ସୁନ୍ଦରଗଡ ପାନପୋଷଠାରେ ସର୍ବାଧିକ ୯୮. ୮ ମିମି ବର୍ଷା ରେକର୍ଡ କରାଯାଇଛି। ଭୁବନେଶ୍ବରରେ ୪୦.୧ ମିମି ବର୍ଷା ରେକର୍ଡ କରାଯାଇଛି।

1 hour ago
1


