Monthly Incentives for Aided Colleges ବେସରକାରୀ ଅନୁଦାନପ୍ରାପ୍ତ ଅଧ୍ୟକ୍ଷମାନଙ୍କ ପାଇଁ ଦୀପାବଳି ଭେଟି, ସ୍ଥାନ ଓ ପୋଷ୍ଟିଂ ଅନୁଯାୟୀ ଏଣିକି ମିଳିବ ମାସିକ ପ୍ରୋତ୍ସାହନ ରାଶି

1 hour ago 2
ARTICLE AD BOX
  • ୫ ହଜାରରୁ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ମିଳିବ ପ୍ରୋତ୍ସାହନ
  • ରାଜ୍ୟର ୪୮୮ ଓ ୬୬୨ ବର୍ଗର ୬୪୧ଟି ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ ହେବେ ଉପକୃତ
  • ରାଜ୍ୟ ତହବିଲରୁ ୬ କୋଟି ଟଙ୍କା ଖର୍ଚ୍ଚ କରାଯିବ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଦାୟିତ୍ୱରେ ଥିବା ଭାରପ୍ରାପ୍ତ ଅଧ୍ୟକ୍ଷମାନଙ୍କ ପାଇଁ ଖୁସି ଖବର । ଏଣିକି ସ୍ଥାନ ଓ ପୋଷ୍ଟିଂ ଅନୁଯାୟୀ ମାସିକ ୫ରୁ ୧୦ହଜାର ପ୍ରୋତ୍ସାହନ ରାଶି ପାଇବେ। ରାଜ୍ୟର ପ୍ରାୟ ୬୪୧ ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଏଥିରେ ଉପକୃତ ହେବେ। 

ରାଜ୍ୟ କ୍ୟାବିନେଟ୍‌ରେ ୧୨ ନିଷ୍ପତ୍ତି ପାରିତ; ବଢ଼ିଲା ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍-ଏଡ୍
ଆଜି (ବୁଧବାର) ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ୪୮୮ ଓ ୬୬୨ ବର୍ଗର ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷମାନେ ପାଇବେ ମାସିକ ପ୍ରୋତ୍ସାହନ ରାଶି ।

ଦରମାରେ ଅସଙ୍ଗତି ନେଇ ବେସରକାରୀ କଲେଜ ଶିକ୍ଷକ ଓ କର୍ମଚାରୀ ସଂଘର ଅସନ୍ତୋଷ : ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ସଂଘ
ନିଷ୍ପତ୍ତି ଅନୁଯାୟୀ ଯେଉଁ ଅଧ୍ୟକ୍ଷମାନେ ନିଜ ଜିଲ୍ଲାରେ କିମ୍ୱା ଉନ୍ନତ ସହରାଞ୍ଚଳରେ ପୋଷ୍ଟିଂ ପାଇଥିବେ, ସେମାନଙ୍କୁ ମାସକୁ ୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ମିଳିବ । ନିଜ ଜିଲ୍ଲାର ବାହାରେ ପୋଷ୍ଟିଂ ଥିଲେ ମାସକୁ ମିଳିବ ୭ ହଜାର ଟଙ୍କା । ନିଜ ଜିଲ୍ଲା କିମ୍ୱା ଘର ଠାରୁ ୩୦୦ କିଲୋମିଟର ଦୂରରେ ପୋଷ୍ଟିଂ ଥିଲେ ୯ ହଜାର ଟଙ୍କା ମିଳିବ । ଯଦି ଭୌଗୋଳିକ ଭାବେ ଦୂର ଓ ଦୁର୍ଗମ ଅଞ୍ଚଳରେ ପୋଷ୍ଟିଂ ହୋଇଥିବ, ତେବେ ଏଥିପାଇଁ ସମ୍ପୃକ୍ତ ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ମାସକୁ ୧୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ମିଳିବ । ଏହି ନିଷ୍ପତ୍ତି ଏକ କମିଟି ଦ୍ୱାରା ନିର୍ଦ୍ଧାରଣ କରାଯିବ ।  

ଏ ବର୍ଷ ବଢ଼ିବନି ଯୁକ୍ତ ୨ ନାମଲେଖା ଫି’: ସେଲ୍ଫ ଫାଇନାନ୍ସ ଓ ‌ବେସରକାରୀ କଲେଜକୁ ନିର୍ଦ୍ଦେଶ
ଏହାଦ୍ୱାରା ରାଜ୍ୟ ସରକାର ବର୍ଷକୁ ପ୍ରାୟ ୬ କୋଟି ଟଙ୍କା ଖର୍ଚ୍ଚ କରିବେ । ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇବା ପର ଠାରୁ ଏହା ଲାଗୁ ହେବ। ଏହାଦ୍ୱାରା ଏହି ବର୍ଗର ବିଭିନ୍ନ କଲେଜର ଅଧ୍ୟାପକମାନେ ଦୂର ଦୂରାନ୍ତରରେ ଥିବା କଲେଜ ଗୁଡ଼ିକରେ ଅଧ୍ୟକ୍ଷ ଦାୟିତ୍ୱ ନେବା ପାଇଁ ଆଗ୍ରହ ପ୍ରକାଶ କରିବେ।  ଉଚ୍ଚଶିକ୍ଷା କ୍ଷେତ୍ରରେ ଶିକ୍ଷାଦାନ ପ୍ରକ୍ରିୟା ସୂଚାରୁ ରୂପେ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। 

Read Entire Article
LEFT SIDEBAR AD

Hidden in mobile, Best for skyscrapers.