New Governor: ଆଜି ଶପଥ ନେବେ ନୂଆ ରାଜ୍ୟପାଳ: ବିମାନବନ୍ଦରରେ ଭବ୍ୟ ସମ୍ବର୍ଦ୍ଧନା ଦେଲେ ମୁଖ୍ୟମନ୍ତ୍ରୀ

4 hours ago 1
ARTICLE AD BOX

ଭୁବନେଶ୍ବର: ଓଡ଼ିଶାର ରାଜ୍ୟପାଳ ଭାବେ ବ୍ରଜମୋହନ ରାମ ଆସନ୍ତାକାଲି (ରବିବାର) ଶପଥ ଗ୍ରହଣ କରିବେ। ପୂର୍ବାହ୍ଣ ୧୧ଟାରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହରୀଶ ଟଣ୍ଡନ ନବନିଯୁକ୍ତ ରାଜ୍ୟପାଳଙ୍କୁ ଶପଥ ପାଠ କରାଇବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ସମେତ ବାଚସ୍ପତି ସୁରମା ପାଢ଼ୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ମନ୍ତ୍ରିମଣ୍ଡଳର ସଦସ୍ୟଗଣ, ହାଇକୋର୍ଟର ବିଚାରପତି, ସାଂସଦ ଓ ବିଧାୟକଙ୍କ ସମେତ ବିଭିନ୍ନ ବିଭାଗର ସଚିବମାନେ ଯୋଗଦେବେ। 

Vedanta: କଳାହାଣ୍ଡିରେ ବେଦାନ୍ତ ପକ୍ଷରୁ ୩୩୮ଟି ବିଦ୍ୟୁତ୍ଚାଳିତ ସ୍ପ୍ରେୟର ବଣ୍ଟନ

ବିମାନବନ୍ଦରରେ ଭବ୍ୟ ସମ୍ବର୍ଦ୍ଧନା ଦେଲେ ମୁଖ୍ୟମନ୍ତ୍ରୀ
ପୁରୀରେ ସପତ୍ନୀକ ମହାପ୍ରଭୁଙ୍କ ଦର୍ଶନ କଲେ

 ଆଜି ମଧ୍ୟାହ୍ନରେ ଶ୍ରୀ ରାମ ଓ ତାଙ୍କ ପତ୍ନୀ ସ୍ବତନ୍ତ୍ର ବିମାନରେ ଓଡ଼ିଶା ଆସିଛନ୍ତି। ଭୁବନେଶ୍ବର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ସଚିବ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ‌େହମନ୍ତ ଶର୍ମା, ପୁଲିସ ଡିଜି ବିନୟତୋଷ ମିଶ୍ର, ରାଜ୍ୟପାଳଙ୍କ ସଚିବ ରୂପାରୋଶନ ସାହୁଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ, ବିଜେପିର ବରିଷ୍ଠ ନେତାମାନେ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦେଇଛନ୍ତି।

Mohan Bhagwat: ପରିସ୍ଥିତିରୁ ପଳାୟନ କରନ୍ତୁ ନାହିଁ, ତାହାର ସମ୍ମୁଖୀନ ହୁଅନ୍ତୁ: ମୋହନ ଭାଗବତ

ଏହାପରେ ଶ୍ରୀ ରାମ ସପତ୍ନୀକ ପୁରୀ ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହ ପୁରୀ ଲୋକଭବନରେ କିଛି ସମୟ ବିତାଇଛନ୍ତି। ସଂଧ୍ୟାରେ ଭୁବନେଶ୍ବରସ୍ଥିତ ଲୋକଭବନରେ ପହଞ୍ଚିବା ପରେ ସେଠାରେ ବି ସ୍ବାଗତ ସମ୍ବର୍ଦ୍ଧନା ଦିଆ‌ଯାଇଛି।

Read Entire Article
LEFT SIDEBAR AD

Hidden in mobile, Best for skyscrapers.