ARTICLE AD BOX
ଭୁବନେଶ୍ୱର: ଆଜି(ମଙ୍ଗଳବାର) ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୪ତମ ବୈଠକରେ ୭ ବିଭାଗର ୧୩ଟି ପ୍ରସ୍ତାବ ପାରିତ ହୋଇଛି। ଗ୍ରାମ୍ୟ ଉନ୍ନୟନ ବିଭାଗର ସର୍ବାଧିକ ୭ଟି ପ୍ରସ୍ତାବ ପାରିତ ହୋଇଛି l
Cabinet Reshuffle: କ୍ୟାବିନେଟ୍ ଅଦଳବଦଳ: ଅମିତ୍ ଶାହଙ୍କୁ ମିଳିପାରେ ଉପ ପ୍ରଧାନମନ୍ତ୍ରୀ ପଦ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟ ବୈଠକର ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ l
ବୈଠକରେ ୭ ଟି ବିଭାଗର ୧୩ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l ଜଳ ସମ୍ପଦ ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧ଟି, ସମବାୟ ୧ଟି, କୃଷି ଓ କୃଷକ ସଶକ୍ତି କରଣ ୧, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ୧, ରାଜସ୍ବ ୧ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ୭ଟି ଏହିପରି ମୋଟ ୭ଟି ବିଭାଗର ମୋଟ ୧୩ ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l

1 hour ago
1


