ARTICLE AD BOX
ଭୁବନେଶ୍ୱର: ଆଜି (ବୁଧବାର) ଯାଜପୁରଜିଲ୍ଲା କଳିଙ୍ଗନଗର ଠାରେ ଅନୁଷ୍ଠିତ ଏକ ବୃହତ ଶିଳ୍ପ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ୧୪ଟି ଜିଲ୍ଲାରେ ୩୯,୩୮୩ କୋଟି ଟଙ୍କାର ପୁଞ୍ଜି ନିବେଶରେ ୪୬ଟି ମଧ୍ୟମ ଓ ବୃହତ୍ ଶିଳ୍ପ ପ୍ରକଳ୍ପର ଭୂମିପୂଜନ ଏବଂ ଉଦ୍ଘାଟନ କରିଛନ୍ତି। ଏହି ଶିଳ୍ପ ଗୁଡିକ ରାଜ୍ୟର ୧୪ଟି ଜିଲ୍ଲାରେ- ଅନୁଗୋଳ, ବରଗଡ, ବାଲେଶ୍ୱର, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ। ଏହାଦ୍ବାରା ୪୨,୫୧୨ଟି ନିଯୁକ୍ତି ସୃଷ୍ଟି ହେବ ବୋଲି ଆଶା ରଖାଯାଇଛି।
Go East: ଶିଳ୍ପାୟନ ପାଇଁ ନୂଆ ‘ଗୋ ଇଷ୍ଟ’ ପ୍ଲାଟ୍ଫର୍ମ: ପୂର୍ବାଞ୍ଚଳ, ପୂର୍ବୋତ୍ତର ରାଜ୍ୟରୁ ଆସିବ ନିବେଶ
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି ଠାରୁ ରାଜ୍ୟର ଦ୍ୱିତୀୟ ଶିଳ୍ପ ବିପ୍ଲବର ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ଆରମ୍ଭ ହୋଇଛି। ରାଜ୍ୟରେ ବିଜେପି ସରକାର ଆସିବା ପୂର୍ବରୁ ଶିଳ୍ପ ନିବେଶ କେବଳ ଏକ ସ୍ଲୋଗାନ ଏବଂ ପ୍ରଚାର ପ୍ରସାରର ମାଧ୍ୟମ ହୋଇ ରହିଥିଲା। କିନ୍ତୁ ଆମେ ପ୍ରତିଟି ବୁଝାମଣାପତ୍ର କୁ ବାସ୍ତବ ରୂପ ଦେଇ କାରଖାନା ନିର୍ମାଣ କରି ଉତ୍ପାଦନ ଆରମ୍ଭ କରିଛୁ ଏବଂ ଆମର ଓଡ଼ିଆ ପୁଅ-ଝିଅମାନଙ୍କୁ ନିଯୁକ୍ତି ଦେବାରେ ସମର୍ଥ ହୋଇଛୁ।
/filters:format(webp)/sambad/media/media_files/2026/10/14/jajpur-kalinganagar-2026-10-14-18-05-04.jpg)
ସେ ଆହୁରି ମଧ୍ୟ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ‘ପୂର୍ବୋଦୟ’ ପରିକଳ୍ପନାର କେନ୍ଦ୍ରରେ ରହିଛି ଓଡ଼ିଶା। ଆଗାମୀ ଦଶ ବର୍ଷ ଭିତରେ ରାଜ୍ୟର ଅର୍ଥନୀତିକୁ ୫୦୦ ବିଲିୟନ ଆମେରିକୀୟ ଡଲାରରେ ପହଞ୍ଚାଇବା ପାଇଁ ଆମେ ‘ସମୃଦ୍ଧ ଓଡ଼ିଶା’ ଗଠନର ଲକ୍ଷ୍ୟ ରଖିଛୁ।
/filters:format(webp)/sambad/media/media_files/2026/10/14/jajpur-kalinganagar2-2026-10-14-18-05-20.jpeg)
ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ ଶିଳ୍ପ କେବଳ କିଛି ନିର୍ଦ୍ଦିଷ୍ଟ ଜିଲ୍ଲାରେ ସୀମିତ ନ ରହି ରାଜ୍ୟର ପ୍ରାୟ ସବୁ ଅଞ୍ଚଳରେ ସ୍ଥାପିତ ହେବା ଉଚିତ। ଏହି ନୀତିକୁ ଆଧାର କରି କେନ୍ଦୁଝର ଓ ସୁନ୍ଦରଗଡ଼ରେ ଇସ୍ପାତ ଶିଳ୍ପ, ଅନୁଗୋଳ ଓ ଢେଙ୍କାନାଳରେ ଅକ୍ଷୟ ଶକ୍ତି ପ୍ରକଳ୍ପ, ଖୋର୍ଦ୍ଧାରେ ଖାଦ୍ୟ ପ୍ରକ୍ରିୟାକରଣ ଏବଂ ପୁରୀ, କଟକ, ବରଗଡ଼, ବାଲେଶ୍ୱର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଭିନ୍ନ ପର୍ଯ୍ୟଟନ, ହସ୍ପିଟାଲିଟି ଓ ଅନ୍ୟାନ୍ୟ ଶିଳ୍ପ ପ୍ରକଳ୍ପଗୁଡ଼ିକୁ ସ୍ଥାନ ଦିଆଯାଇଛି। ଦୁଇ ବର୍ଷରୁ କମ୍ ସମୟ ମଧ୍ୟରେ ୧୫୧ ଗୋଟି ପ୍ରକଳ୍ପର ଭୂମିପୂଜନ କିମ୍ବା ଉଦ୍ଘାଟନ କରାଯାଇ ୩ ଲକ୍ଷ ୧୧ ହଜାର କୋଟିରୁ ଅଧିକ ପୁଞ୍ଜି ନିବେଶ ହୋଇଥିବାବେଳେ ଏହାଦ୍ୱାରା ୨ ଲକ୍ଷ ୪୦ ହଜାରରୁ ଅଧିକ ଯୁବକଯୁବତୀଙ୍କ ପାଇଁ ନିଯୁକ୍ତିର ପଥ ଉନ୍ମୁକ୍ତ ହୋଇଛି। ଆଜିର ପ୍ରକଳ୍ପକୁ ମିଶାଇଲେ ରାଜ୍ୟରେ ସମୁଦାୟ ୩ ଲକ୍ଷ ୫୦ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଗ୍ରାଉଣ୍ଡିଙ୍ଗ୍ ବା ଶୁଭାରମ୍ଭ ହେଲା।
Industrial development: ଶିଳ୍ପ ବିକାଶକୁ ତ୍ୱରାନ୍ୱିତ କରିବ ଇଡ୍କୋ:୩୭ଟି ପ୍ରକଳ୍ପକୁ ଜମି ବଣ୍ଟନ କମିଟିର ଅନୁମୋଦନ
ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ଯାଜପୁର ସାଂସଦ ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରା, କୋରେଇ ବିଧାୟକ ଆକାଶ ଦାସ ନାୟକ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ, ବଡ଼ଚଣା ବିଧାୟକ ଅମର ନାୟକ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଜେଏସ୍ଏଲ୍ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ, ଇମ୍ଫାର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରକାନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ସମାରୋହ ଆରମ୍ଭରେ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ କୁମାର ଶର୍ମା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଯାଜପୁର ଜିଲ୍ଲାପାଳ ଅମ୍ବର କୁମାର କର ଧନ୍ୟବାଦ ଦେଇଥିଲେ ।

1 hour ago
1


