Odisha Independence Day 2026 ୮୦ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ

1 week ago 4
ARTICLE AD BOX

ଭୁବନେଶ୍ୱର: ଚଳିତ ବର୍ଷ ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ । 

ଆଜି ଅପରାହ୍‌ଣରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୬ ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ  ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତା କରିଥିଲେ। 

ସ୍ବାଧୀନତା ଦିବସ: ମାଲକାନଗିରି ଜିଲ୍ଲାକୁ ସୁରକ୍ଷା ଯୋଗାଉଛନ୍ତି ବିଏସ୍‌ଏଫ୍‌ର ଯବାନ୍‌

ବୈଠକରୁ ମିଳିଥିବା ସୂଚନାନୁସାରେ, ଚଳିତ ବର୍ଷ ମହାତ୍ମା ଗାନ୍ଧୀ ମାର୍ଗଠାରେ ସକାଳ ୯ ଘଟିକା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିବେ । ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ପରେଡ୍‌ ଓ ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ୱାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ବରପୁତ୍ରମାନଙ୍କ ଫଟୋଚିତ୍ର ପ୍ରଦର୍ଶନ, ନିମନ୍ତ୍ରିତ ଅତିଥିଙ୍କ ଉପବେଶନ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା । ରାଜଭବନରୁ ଉତ୍ସବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ସୁସଜ୍ଜିତ କରାଯିବ । ସାଧାରଣତନ୍ତ୍ର ଦିବସ-୨୦୨୬ରେ ଆୟୋଜିତ ରାଜ୍ୟସ୍ତରୀୟ ପ୍ୟାରେଡ୍‌ରେ ଶ୍ରେଷ୍ଠ ବିବେଚିତ ବିଭିନ୍ନ କଣ୍ଟିଜେଣ୍ଟ ଓ ପ୍ରଜ୍ଞାପନ ମେଢ଼କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରଦାନ ସହ ସମ୍ବର୍ଦ୍ଧିତ କରିବେ । ଏଥି ସହ ଉତ୍ସବସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରିବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶର୍ମା ପରାମର୍ଶ ଦେଇଥିଲେ । 

ସ୍ବାଧୀନତା ଦିବସ ପୂର୍ବରୁ ସୁରକ୍ଷା କଡ଼ାକଡ଼ି: ସ୍ନାଇପର୍‌, ଡ୍ରୋନ୍, ହାଇଟେକ୍ ଯାଞ୍ଚ

ଚଳିତ ସ୍ୱାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ କରାଯିବ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ୍‌ ଓ ପିଇବା ପାଣି ବ୍ୟବସ୍ଥା କରାଯିବ । ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ କମିଶନରେଟ୍‌ ପୋଲିସ ପକ୍ଷରୁ ପରିଚାଳନା କରାଯିବ । 

ଦିନକ ପରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଭାଗନେବେ ୪୮କଣ୍ଟିଜେଣ୍ଟ, ସରିଲା ଫୁଲ୍‌ ଡ୍ରେସ୍‌ ରିହର୍ସାଲ୍‌

ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ଅନୁଜ କୁମାର ଦାସ ପଟ୍ଟନାୟକ, ନିର୍ଦ୍ଦେଶକ(ବୈଷୟିକ) ଗୁର୍‌ବୀର୍‌ ସିଂ, ଅତିରିକ୍ତ ଶାସନ ସଚିବ ଅଶୋକ କୁମାର ବେଉରିଆ, ଅତିରିକ୍ତ ନିର୍ଦ୍ଦେଶକ ସ୍ମିତା କର, ଯୁଗ୍ମ ନିର୍ଦ୍ଦେଶକ(କ୍ଷେତ୍ର) ସୁଚେତା ପି୍ରୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Read Entire Article
LEFT SIDEBAR AD

Hidden in mobile, Best for skyscrapers.