One Killed: ଗଞ୍ଜାମରେ ପୂର୍ବ ଶତ୍ରୁତାରୁ ହତ୍ୟା ଅଭିଯୋଗ: ସୋରଡ଼ାରେ ଦୁଇ ଯୁବକଙ୍କୁ ଆକ୍ରମଣ, ଜଣେ ମୃତ

47 minutes ago 1
ARTICLE AD BOX

ସୋରଡ଼ା: ଗଞ୍ଜାମଜିଲ୍ଲା ସୋରଡ଼ା ଥାନା ଅଞ୍ଚଳରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ଅଭିଯୋଗ ହୋଇଛି। ତତାବାଲି ନିକଟ ୫୯ ନମ୍ବର ଜାତୀୟ ରାଜପଥରେ ଦୁଇ ଯୁବକଙ୍କୁ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରାଯାଇଛି । ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି ।ମୃତକ ହେଲେ ସୁରମଣୀ ଗାଁର କୃଷ୍ଣ ଗୌଡ଼ । ଗୁରୁତର ରଜତ ବେହେରା ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି । କୃଷ୍ଣ ଓ ରଜତ ବାଇକରେ ଯାଉଥିବା ବେଳେ ତତାବାଲି ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ପିକଅପ୍ ଭ୍ୟାନ୍ ବାଇକକୁ ଧକ୍କା ଦେଇଥିଲା । ଦୁହେଁ ତଳେ ପଡ଼ିଯିବା ପରେ କିଛି ଯୁବକ ସେଠାରେ ପହଞ୍ଚି ମାରଣାସ୍ତ୍ରରେ ସଂଘବଦ୍ଧ ଭାବେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ପରେ ଅଭିଯୁକ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ।

ଘଟଣାସ୍ଥଳରେ ସୋରଡ଼ା ପୁଲିସ ଓ ଆସିକା ଏସ୍‌ଡିପିଓ

ଗୁରୁତର ଅବସ୍ଥାରେ ଦୁଇ ଯୁବକଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ସୋରଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ପରେ ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ କୃଷ୍ଣ ଗୌଡ଼ଙ୍କ ମୃତ୍ୟୁ ହୋଇଥିଲା। ସୂଚନା ଅନୁସାରେ, କିଛି ଦିନ ପୂର୍ବରୁ ସୁରମଣୀ ଗାଁରେ ଗଣେଶ ଭସାଣକୁ କେନ୍ଦ୍ର କରି କିଛି ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହି ପୂର୍ବ ଶତ୍ରୁତାରୁ ଆକ୍ରମଣ ହୋଇଥିବା କୁହାଯାଉଛି। ଘଟଣାସ୍ଥଳରେ ସୋରଡ଼ା ପୁଲିସ ଓ ଆସିକା ଏସ୍‌ଡିପିଓ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

Leopard : ନୂଆପଡ଼ାରେ କଲରାପତରିଆ ବାଘ ଆତଙ୍କ, ପତୋରା-ଭେରା ରାସ୍ତାରେ ଭିଡିଓ ଭାଇରାଲ

Read Entire Article
LEFT SIDEBAR AD

Hidden in mobile, Best for skyscrapers.