Public grievance hearing: ରାଇରଙ୍ଗପୁରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର; ୪ଟି ମାମଲାର ତତ୍କାଳ ସମାଧାନ

1 hour ago 1
ARTICLE AD BOX

ରାଇରଙ୍ଗପୁର (ତୁଷାର କାନ୍ତ ମହାନ୍ତ): ମୟୂରଭଂଜ ଜିଲ୍ଲା ବାମନଘାଟୀ ଉପଖଣ୍ଡ ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ରାଇରଙ୍ଗପୁର ପୁଲିସ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସୁରେଶ ଚନ୍ଦ୍ର ପାତ୍ର, ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଅଜିତ କୁମାର, ଉପଜିଲ୍ଲାପାଳ ଉଗ୍ରେସନ ଓରାମ ଓ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟର ଅଧିକ୍ଷକ ଡାକ୍ତର ରବୀନ୍ଦ୍ର ନାଥ ମାର୍ଣ୍ଡି ପ୍ରମୁଖ ଯୋଗଦେଇଥିଲେ। 

ପ୍ରଥମେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ଶିବିରରେ ଜନସାଧାରଣଙ୍କ ଠାରୁ ମୋଟ ୧୦୭ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୮୪ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୨୩ଟି ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା। ସେଥି ମଧ୍ୟରୁ ୪ଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା। 

Notice: ଜନ ଅଭିଯୋଗ ଶୁଣାଣିରେ ଅନୁପସ୍ଥିତି ବିଭାଗୀୟ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍‌

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜଣଙ୍କୁ ୧୦ ହଜାର ଟଙ୍କା ଓ ରେଡକ୍ରସ ପାଣ୍ଠିରୁ ୨ଜଣଙ୍କୁ ୨୦ ହଜାର ଟଙ୍କା ଜିଲ୍ଲାପାଳ ମଞ୍ଜୁର କରିଛନ୍ତି। ଉକ୍ତ ଶିବିରରେ ବାମନଘାଟି ଉପଖଣ୍ଡର ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ,ବିଡ଼ିଓ, ତହସିଲଦାର, ବିଇଓଙ୍କ ସମେତ ବିଭିନ୍ନ ଲାଇନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ।

Read Entire Article
LEFT SIDEBAR AD

Hidden in mobile, Best for skyscrapers.