ARTICLE AD BOX
ପୁରୀ: ରତ୍ନବେଦି ଛାଡ଼ି ଜନ୍ମବେଦିକୁ ବିରାଜିବେ ଚତୁର୍ଦ୍ଧା ବିଗ୍ରହ। ଆଡ଼ପ ମଣ୍ଡପରେ ମହାପ୍ରଭୁ ନିଜର ଭକ୍ତମାନଙ୍କୁ ଦର୍ଶନ ଦେବେ। ଭକ୍ତଙ୍କ ମେଳରେ ଦୁଇଦିନ ଲୀଳାଖେଳା କରିବା ପରେ ଭାଇଭଉଣୀଙ୍କ ସହ ଆଡ଼ପ ମଣ୍ଡପରେ ବିଜେ କରିବେ। ଗୋଟି ପହଣ୍ଡିରେ ଏହି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କର ଏହି ଅପୂର୍ବ ନୀତି ପାଇଁ ରଥ ଉପରେ ପ୍ରସ୍ତୁତି ଜୋର କରିଦିଆଯାଇଛି।
ପ୍ରଥମେ ଶ୍ରୀବଳଭଦ୍ର, ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଟାହିଆ ଲଗେଇ ଝୁଲିଝୁଲି ଗୁଣ୍ଡିଚା ବାଡ଼ିରେ ପ୍ରବେଶ କରିବେ। ଘଣ୍ଟଘଣ୍ଟା, ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହୋଇଛି ଶ୍ରୀକ୍ଷେତ୍ର। ମହାପ୍ରଭୁ ଆଡ଼ପ ମଣ୍ଡପରେ ବିରାଜିବେ ଏବଂ ଆଡ଼ପ ଅବଢ଼ା ମିଳିବ ବୋଲି ଭକ୍ତମାନଙ୍କର ମନରେ ଆନନ୍ଦ କହିଲେ ନସରେ।
/filters:format(webp)/sambad/media/media_files/2026/07/18/img_20260718_065407-2026-07-18-17-19-15.jpg)
ରବିବାରଠାରୁ ଆଡ଼ପ ମଣ୍ଡପରେ ଦର୍ଶନ କରିବାର ସୌଭାଗ୍ୟ ପାଇବେ ଭକ୍ତ। ଆଡ଼ପ ମଣ୍ଡପରେ ଅଧିଷ୍ଠିତ ହେବା ସ୍ବୟଂ ମହାପ୍ରଭୁଙ୍କ ନିର୍ଦ୍ଦେଶ ବୋଲି ଶାସ୍ତ୍ର ବିଦିତ। ଆଡ଼ପ ମଣ୍ଡପରେ ଜଗନ୍ନାଥଙ୍କର ଅବସ୍ଥିତିକୁ ଜନ୍ମବେଦି ଯୋଗ କୁହାଯାଏ। ଜନ୍ମବେଦି ମହାପ୍ରଭୁଙ୍କ ପୃଥିବୀର ସବୁଠାରୁ ପ୍ରୀତିପଦ ସ୍ଥାନ ବୋଲି ପୁରାଣରେ ଉଲ୍ଲେଖ ରହିଛି। ଏଥିପାଇଁ ରଥାଯାତ୍ରାରେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ସୁଅ ଛୁଟିବ। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି।

1 hour ago
1


