ARTICLE AD BOX
ଭୁବନେଶ୍ବର: ଓଡ଼ିଶା, ପଶ୍ଚିମବଙ୍ଗ ଉପକୂଳ ଉପରେ ଥିବା ଲଘୁଚାପ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାଖାପାଖି ଅଞ୍ଚଳ ଉପରେ ରହିଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି ଏବଂ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଆଗାମୀ ଦୁଇ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଜୁଲାଇ ୪ରେ ଦକ୍ଷିଣ ଓଡ଼ିଶାର ୪ଟି ଓ ୫ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ୫ଟି ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାକୁ ଥିବାରୁ ରେଡ୍ ଆଲର୍ଟ ଜାରି କରାଯାଇଛି। ପ୍ରବଳ ବର୍ଷା ଯୋଗୁଁ ପାହାଡ଼ିଆ ଅଞ୍ଚଳରେ ପଥର ଧସିବା, ସହରାଞ୍ଚଳରେ ଜଳବନ୍ଦ ଓ ଟ୍ରାଫିକ୍ ସମସ୍ୟା ଉପୁଜିପାରେ। ପ୍ରବଳ ବର୍ଷା ଯୋଗୁଁ ଦୃଶ୍ୟମାନ କ୍ଷମତା ହ୍ରାସ ପାଇପାରେ। ମାଟି ଘର ସହ ଚାଷ ପ୍ରଭାବିତ ଓ ନଦୀର ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ପ୍ରକାଶ ପାଇଛି। ତାହାକୁ ନଜରରେ ରଖି ଏସ୍ଆରସିଙ୍କ ପକ୍ଷରୁ ସମସ୍ତ ଜିଲ୍ଲାକୁ ସତର୍କ କରାଯିବା ସହ ମୁକାବିଲା ଦିଗରେ ତ୍ବରିତ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି। ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ ହୋଇଛି। ଏଥିସହ ପାରାଦୀପ ଓ ଧାମରା ବନ୍ଦରରେ ୩ ନମ୍ବର ସଙ୍କେତ ଜାରି କରାଯାଇଛି।
Earthquake: ଭେନେଜୁଏଲାରେ ଯୁଗଳ ଭୂକମ୍ପ ପରେ ମୃତ୍ୟୁସଂଖ୍ୟା ବଢ଼ୁଛି
ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ପାରାଦୀପ, ଧାମରାରେ ୩ ନମ୍ବର ବିପଦ ସଙ୍କେତ
୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଶନିବାର ପୂର୍ବାହ୍ନ ମଧ୍ୟରେ କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ଅତ୍ୟନ୍ତ ପ୍ରବଳ(୨୦ ସେମିରୁ ଅଧିକ) ହେବାର ସମ୍ଭାବନା ରହିଥିବାରୁ ରେଡ୍ ଆଲର୍ଟ ଜାରି ହୋଇଛି। ଏହି ସମୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ପରବର୍ତ୍ତୀ ୨୪ ଘଣ୍ଟାରେ କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସୁବର୍ଣ୍ଣପୁର ଓ ସମ୍ବଲପୁରରେ ଅତିପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ ସହ ରେଡ୍ ଆଲର୍ଟ ଦିଆଯାଇଛି। କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କଟକ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଜୁଲାଇ ୫ରୁ ୮ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡ଼, ସୁବର୍ଣ୍ଣପୁର, ବରଗଡ଼, ସମ୍ବଲପୁର, ପୁରୀ, ବଲାଙ୍ଗୀର, ରାୟଗଡ଼ା, ଅନୁଗୋଳ, ଭଦ୍ରକ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଜଗତ୍ସିଂହପୁର ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ବରଗଡ଼ ଜିଲ୍ଲାର ଆମ୍ବଭୋନାଠାରେ ସବାଧିକ ୩୨ ସେମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
Digital India: ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଡିଜିଟାଲ ଇଣ୍ଡିଆ ସାତ ସପନ

2 hours ago
1


