Rain forecast for North Odisha: ଉତ୍ତର ଓଡ଼ିଶାରେ ବର୍ଷିବ: ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ୨୭ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ

1 hour ago 1
ARTICLE AD BOX

ଭୁବନେଶ୍ୱର: ସମୁଦ୍ର ପତ୍ତନରେ ଏକ ମୌସୁମୀ ଟ୍ରଫ୍‌ ଏବେ ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଆଡ଼କୁ ଗତି କରୁଛି। ଏଥିସହ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଓ ନିକଟ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ସେହିପରି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ଉପରୋକ୍ତ ଘୂର୍ଣ୍ଣିବଳୟ ସହ ମିଶିଛି। ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ମୟୂରଭଞ୍ଜକେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାବ୍ୟତୀତ ବାଲେଶ୍ବର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି।

Rainfall: ଜୁଲାଇରେ ୧୭% ଅଧିକ ବର୍ଷା: ଉତ୍ତରରେ ବର୍ଷୁଛି, ଦକ୍ଷିଣରେ ନିଅଣ୍ଟିଆ

ପରବର୍ତ୍ତୀ ଦୁଇ ଦିନ କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୨୭ ଓ ୨୮ ତାରିଖରେ ମଧ୍ୟ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨୬ ଓ ୨୭ ତାରିଖରେ ଓଡ଼ିଶା ଉପକୂଳ ଓ ସଂଲଗ୍ନ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ସ୍ଥଳ ବିଶେଷରେ ପବନର ବେଗ ୬୦ କିମି ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ଓଡ଼ିଶା ଉପକୂଳ ଓ ସଂଲଗ୍ନ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ମୌସୁମୀ ସମୟ ଅର୍ଥାତ୍‌ ଜୁନ୍‌ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୫୪୧.୫ ମିମି ବର୍ଷା ହୋଇଛି, ଯାହାକି ସ୍ବାଭାବିକଠାରୁ ୧୬% ଅଧିକ।

Bullet Train Driver: ବୁଲେଟ୍ ଟ୍ରେନ୍ ଚଲାଇବାର ସ୍ୱପ୍ନ ଅଛି କି? କେମିତି ବନିବେ ଡ୍ରାଇଭର୍‌? ଆବଶ୍ୟକୀୟ ଯୋଗ୍ୟତା କ’ଣ?

ସୋଆ ବିଶ୍ବବିଦ୍ୟାଳୟ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର(ସିଇସି) ଆକଳନ ଅନୁଯାୟୀ ଉପକୂଳବର୍ତୀ ପଶ୍ଚିମବଙ୍ଗ ଓ ସଂଲଗ୍ନ ବଙ୍ଗୋପସାଗର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉପକୂଳବର୍ତୀ ପଶ୍ଚିମବଙ୍ଗ ଓ ଉତ୍ତର ଉପକୂଳ ଓଡ଼ିଶାରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ଆସନ୍ତା ୨୫ରୁ ୨୮ ତାରିଖ ମଧ୍ୟରେ ଉତ୍ତର ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାଦ୍ବାରା ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ମହାନଦୀ ଅବବାହିକା ଅଞ୍ଚଳରେ ଉଲ୍ଲେଖନୀୟ ବର୍ଷା ହେବାର ସମ୍ଭାବନା ରହିଛି।

Read Entire Article
LEFT SIDEBAR AD

Hidden in mobile, Best for skyscrapers.