Sarpanch's husband : ସରପଞ୍ଚଙ୍କ ସ୍ୱାମୀଙ୍କୁ ଛୁରି ଭୁସି ହତ୍ୟା

3 hours ago 2
ARTICLE AD BOX

ମ.ରାମପୁର: କଳାହାଣ୍ଡିଜିଲ୍ଲା ମଦନପୁର ରାମପୁର ଥାନା ଡି.କର୍ଲାଖୁଣ୍ଟା ପଞ୍ଚାୟତର ସରପଞ୍ଚ ସ୍ନିଗଧା ରଣାଙ୍କ ସ୍ୱାମୀ ତଥା ବିଜେପି ନେତା ଫକୀର ରଣାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ବୁଧବାର ସନ୍ଧ୍ୟାରେ ଶ୍ରୀ ରଣା ମ.ରାମପୁରରେ କାମ ସାରି ବାଇକ୍‌ ଯୋଗେ ନିଜ ଗାଁ ଘରକୁ ଫେରିଥିଲେ। ରାତି ପ୍ରାୟ ସାଢ଼େ ୮ଟା ବେଳକୁ କିଛି ଦୁର୍ବୃତ୍ତ ତାଙ୍କୁ ଘରୁ ଡାକି ନେଇ ଛୁରି ଓ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। 

Flood in Odisha: ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ପୁଲିସ କମିସନର

ଶ୍ରୀ ରଣାଙ୍କ ଚିତ୍କାର ଶୁଣି ଆଖପାଖ ଲୋକ ସେଠାରେ ପହଞ୍ଚି ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମ.ରାମପୁର ଡାକ୍ତରଖାନାକୁ ଆଣିଥିବାବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ପୂର୍ବ ବିବାଦ, ରାଜ‌ନୈତିକ ଶତ୍ରୁତା କିମ୍ବା ଠିକା କାମକୁ ନେଇ ଶ୍ରୀ ରଣାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣା ସମ୍ପର୍କରେ ମ.ରାମପୁର ପୁଲିସ ତଦନ୍ତ ଆରମ୍ଭ କରିଛି। ଶ୍ରୀ ରଣାଙ୍କ ମୃତ୍ୟୁକୁ ନେଇ ଡି.କର୍ଲାଖୁଣ୍ଟାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

Blunt Black Perfume: ବ୍ଲଣ୍ଟ୍‌ ବ୍ଲାକ୍‌ ପରଫ୍ୟୁମ୍‌ ଉନ୍ମୋଚିତ

Read Entire Article
LEFT SIDEBAR AD

Hidden in mobile, Best for skyscrapers.