ଉପରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ସ୍ବାଗତ

1 month ago 20
ARTICLE AD BOX

ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ୍ ଓଡ଼ିଶା ଗସ୍ତରେ ଆସି ଆଜି ପୂର୍ବାହ୍‌ଣରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ଦିନିକିଆ ଗସ୍ତରେ ଥିବା ଉପରାଷ୍ଟ୍ରପତି ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଲା ପରେ ତାଙ୍କୁ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପୁଲିସ ଡିଜି ସୁରେଶ ଦେବଦତ୍ତ ସିଂହ ସ୍ୱାଗତ ଜଣାଇଛନ୍ତି। ସୂଚନା ଥାଉ କି ଉପରାଷ୍ଟ୍ରପତି ଓୟୁଏଟି ଓ ନାଇଜର୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ।

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.